୧୭ରୁ ଖୋଲିବ ସ୍କୁଲ

ଭୁବନେଶ୍ୱର : ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଗତ ୧୨ରୁ ୧୬ ତାରିଖ ପର୍ଯ୍ୟନ୍ତ ବିଦ୍ୟାଳୟ ଛୁଟି ଘୋଷଣା କରାଯାଇଥିଲା । ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଆସନ୍ତା ୧୭ରୁ ବିଦ୍ୟାଳୟ ଖୋଲିବ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ସରକାରୀ ଏବଂ ବେସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ସକାଳ ୬ଟା ୩୦ରୁ ଆରମ୍ଭ ହୋଇ ଦିନ ୧୧ଟା ପର୍ଯ୍ୟନ୍ତ ଚାଲିବ । ସ୍ଥଳବିଶେଷରେ ଗ୍ରୀଷ୍ମ ପ୍ରବାହକୁ ଦେଖି ଜିଲାପାଳମାନେ ସେମାନଙ୍କ ଜିଲାର ବିଦ୍ୟାଳୟଗୁଡ଼ିକର ସମୟ ନିର୍ଘଣ୍ଟକୁ ପରିବର୍ତ୍ତନ କରିପାରିବେ । ବିଦ୍ୟାଳୟଗୁଡ଼ିକରେ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧା ଉପଲବ୍ଧ କରାଇବା ନିମନ୍ତେ ସମସ୍ତ ବିଦ୍ୟାଳୟ କର୍ତ୍ତୃପକ୍ଷ ଯତ୍ନବାନ ହେବାକୁ ନିର୍ଦେଶ ଦିଆଯାଇଛି । ତେବେ ରାଜ୍ୟରେ ୧୬ରୁ ବର୍ଷା ସମ୍ଭାବନା ଥିବାରୁ ତାପମାତ୍ରା ହ୍ରାସ ପାଇବ । ତେଣୁ ବିଦ୍ୟାଳୟରେ ଶ୍ରେଣୀ ପାଠପଢ଼ା ଜାରି ରଖିବାକୁ ନିଷ୍ପତ୍ତି ନିଆଯାଇଛି ।

Related Articles

Leave a Reply

Your email address will not be published.

Back to top button