ମୁଖ୍ୟସଚିବଙ୍କ ନିର୍ଦ୍ଦେଶ, ଡେଙ୍ଗୁ ପ୍ରତିକାର କର

ଭୁବନେଶ୍ୱର: ରାଜ୍ୟରେ ଏବେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ୫୦୦ ମୁହାଁ ହେଲାଣି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା । ତେବେ ଏହାର ପ୍ରତିକାର କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ମୁଖ୍ୟଶାସନ ସଚିବ ମନୋଜ ଆହୁଜା ନିର୍ଦ୍ଦେଶ ଦେଇଛନ୍ତି । ଡେଙ୍ଗୁ ଓ ମ୍ୟାଲେରିଆ ପ୍ରତି ସତର୍କ ରହିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଫିଲ୍ଡ ଷ୍ଟାଫଙ୍କ ଜରିଆରେ ଡେଙ୍ଗୁ ସହ ଅନ୍ୟ ରୋଗର ପ୍ରତିକାର ପାଇଁ ମୁଖ୍ୟ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ସେ ଗୃହ ନିର୍ମାଣ ଓ ନଗର ଉନ୍ନୟନ, ଶିଳ୍ପ, କୃଷି ଓ ପାନୀୟ ଜଳ ବିଭାଗକୁ ମୁଖ୍ୟ ସଚିବ ନିର୍ଦ୍ଦେଶ ଦେଇଛନ୍ତି ।  ପ୍ରତିସ୍ତରରେ ବିଭିନ୍ନ ବିଭାଗ ସହ ସମନ୍ୱୟ ରଖି କାମ କରିବାକୁ ସେ ପରାମର୍ଶ ଦେଇଛନ୍ତି । ପ୍ରକାଶ ଯେ ରାଜ୍ୟରେ ଏବେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମାସକରେ ସଂକ୍ରମିତଙ୍କ ସଂଖ୍ୟା ୨ଗୁଣାରୁ ଅଧିକ ବୃଦ୍ଧି ପାଇଛି। ଗତ ମାସ ୧୦ ତାରିଖରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମଳିଥିବା ସୂଚନାରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ୨୩୫ ଥିବାବେଳେ ଏବେ ସୁଦ୍ଧା ରାଜ୍ୟରେ ୪୮୮ ଜଣ ଡେଙ୍ଗୁ ପଜିଟିଭ ଚିହ୍ନଟ ହୋଇସାରିଲେଣି। ଏଯାଏଁ ମୋଟ ୩୫,୪୭୦ ଟେଷ୍ଟିଂ ହୋଇଛି। ଖୋର୍ଦ୍ଧା ଜିଲାରେ ସର୍ବାଧିକ ୧୩୦ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ବୁଧବାର ୩୩ଜଣ ଡେଙ୍ଗୁ ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ଷା ଋତୁ ଆସିଥିବାରୁ ରାଜ୍ୟରେ ମ୍ୟାଲେରିଆ ବଢ଼ିଛି। ମଶାବଂଶ ବୃଦ୍ଧିକୁ ରୋକାଯିବା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଥିବା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନୀଳକଣ୍ଠ ମିଶ୍ର କହିଛନ୍ତି।

Related Articles

Leave a Reply

Your email address will not be published.

Back to top button