ରାଜ୍ୟ ସ୍ତରୀୟ ସଡ଼କ ସୁରକ୍ଷା ସପ୍ତାହ

ଭୁବନେଶ୍ୱର: ରାଜ୍ୟସ୍ତରୀୟ ସଡ଼କ ସୁରକ୍ଷା ସପ୍ତାହ ପାଳିତ ହୋଇଛି। ଏହି ଅବସରରେ ଭୁବନେଶ୍ୱରସ୍ଥିତ କିଟ ପରିସରରୁ ଏକ ୱାକଥନ ବାହାରି ଚନ୍ଦ୍ରଶେଖରପୁରସ୍ଥିତ ଡ୍ରାଇଭିଂ ଟେଷ୍ଟ ଟ୍ରାକ ପର୍ଯ୍ୟନ୍ତ ଯାଇଥିଲା। ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ଏହାକୁ ପତାକା ଦେଖାଇ ଶୁଭାରମ୍ଭ କରିବା ସହ ସର୍ବଦା ଟ୍ରାଫିକ ନୀୟମ ପାଳନ ଉପରେ ଗୁରୁତ୍ୱାରୋପ କରିଥିଲେ। ଏଥି ନିମନ୍ତେ ଛାତ୍ରଛାତ୍ରୀ ତଥା ଯୁବଗୋଷ୍ଠୀ ସଚେତନ ଓ ସତର୍କ ରହିଲେ ଦୁର୍ଘଟଣାକୁ ଅନେକାଂଶରେ ରୋକା ଯାଇପାରିବ ବୋଲି ସେ କହିଥିଲେ। ସେହିଭଳି ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀ ଯୋଗଦେଇ ଜୀବନର ପ୍ରତ୍ୟେକଟି ସ୍ତରରେ ଶୃଙ୍ଖଳା ରକ୍ଷା ଉପରେ ଗୁରୁତ୍ୱାରୋପ କରିଥିଲେ। ଏହାଦ୍ୱାରା ଅନେକ ବିପତ୍ତିରୁ ଜଣେ ବର୍ତ୍ତି ଯାଇପାରିବ ବୋଲି ସେ କହିଥିଲେ। ସେହିଭଳି ପରିବହନ କମିଶନର ଶ୍ରୀ ଅମିତାଭ ଠାକୁର ମଧ୍ୟ ସଡ଼କ ସୁରକ୍ଷା ସପ୍ତାହ ପାଳନର ଆବଶ୍ୟକତା ଉପରେ ମତ ଦେଇଥିଲେ। ‘ସଡ଼କ ସୁରକ୍ଷା, ପରିବାର ରକ୍ଷା’ ଶୀର୍ଷକ ଉପରେ ପାଳିତ ଚଳିତବର୍ଷର ସଡ଼କ ସୁରକ୍ଷା ସପ୍ତାହ ଅବସରରେ ଏକ ସଚେତନତା ରଥର ମଧ୍ୟ ଅତିଥି ମାନେ ଶୁଭରମ୍ଭ କରିଥିଲେ। ସଡ଼କ ସୁରକ୍ଷା ସମ୍ପର୍କିତ ଏକ ସୂଚନା ପୁସ୍ତିକା ମଧ୍ୟ ଉନ୍ମୋଚିତ ହୋଇଥିଲା। ଏହି ଅବସରରେ ରାମ ମନ୍ଦିର ଓ ଧଉଳି ନିକଟରେ ପଥପ୍ରାନ୍ତ ନାଟକ କରାଯାଇ ସଚେତନତା ସୃଷ୍ଟି କରାଯାଇଥିଲା। ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ପରିବହନ ଅତିରିକ୍ତ କମିଶନର ଶ୍ରୀ ଲାଲମୋହନ ସେଠୀ, ଯୁଗ୍ମ କମିଶନର ଶ୍ରୀ ପ୍ରଦୀପ କୁମାର ମହାନ୍ତି, ଭୁବନେଶ୍ୱର ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ବିକାଶ ଚୌଧୁରୀ, ସନତ କୁମାର ଜେନା ପ୍ରମୁଖ ଉପସ୍ଥିତ ଥିଲେ।

Related Articles

Leave a Reply

Your email address will not be published.

Back to top button