ବାତ୍ୟା : ପାରାଦୀପରୁ ୨୧୦ କିମି ଦୂରରେ ରହିଛି

ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା ‘ଦାନା’ । ଭୀଷଣ ବାତ୍ୟା ରୂପ ନେଇ ‘ଦାନା’ ଉପକୂଳ ମୁହାଁ ହେବାରେ ଲାଗିଛି । ଗତ ୬ ଘଣ୍ଟାରେ ଏହା ୧୨ କିମି ବେଗରେ ଗତି କରୁଥିବା ଜଣାଯାଇଛି । ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମ ‘ଦାନା’ ଏବେ ପାରାଦୀପର ଦକ୍ଷିଣ-ପୂର୍ବ ଦିଗକୁ   ୨୧୦ କିମି ଦୂରରେ ରହିଛି । ସେହିପରି ଧାମରାର ଦକ୍ଷିଣ-ପୂର୍ବର ୨୪୦ କିମି ଦୂରରେ ରହିଛି । ସାଗର ଦ୍ୱୀପର ଦକ୍ଷିଣକୁ ୩୧୦ କିମି ଦୂରରେ ରହିଛି ।  ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି ବାତ୍ୟା ଦାନା। ଭୀଷଣ ରୂପ ଧାରଣ କରି ସମୁଦ୍ରରୁ ସ୍ଥଳଭାଗ ମୁହାଁ ହୋଇଛି ସାମୁଦ୍ରିକ ଝଡ଼। ଆଜି ରାତିରୁ ଆସନ୍ତାକାଲି ସକାଳ ଭିତରେ ଭିତରକନିକା ଓ ଧାମରା ମଧ୍ୟରେ ତାହା ଲ୍ୟାଣ୍ଡଫଲ୍‌ କରିବ । ମାତ୍ର ଲ୍ୟାଣ୍ଡଫଲ୍ ପରେ ଏହାର ଗତିପଥ ସାମାନ୍ୟ ରିକର୍ଭ ହୋଇପାରେ। ଆଜି ଏପରି ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି। ସେ କହିଛନ୍ତି, ବାତ୍ୟାର ଗତିପଥ ଯାହା ଥିଲା, ତାହା ରହିଛି। ବାତ୍ୟା ‘ଦାନା’  ଅତି ଭୀଷଣ ରୂପ ନେଇ ଆଜି ରାତିରୁ ଆସନ୍ତାକାଲି ସକାଳ ମଧ୍ୟରେ  ଭିତରକନିଆ ଓ ଧାମରା ପାଖାପାଖି  ଅତିକ୍ରମ କରିବ । ଲ୍ୟାଣ୍ଡଫଲ୍‌ ପରେ ଏହା ସାମାନ୍ୟ ପଶ୍ଚିମ ପଶ୍ଚିମ ଦକ୍ଷିଣ ଦିଗକୁ ରିକର୍ଭ କରିପାରେ ବୋଲି ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ।

Related Articles

Leave a Reply

Your email address will not be published.

Back to top button