ନୂଆ ସରକାରର ଶପଥ ଗ୍ରହଣ: ମହାପ୍ରଭୁ ଶ୍ରୀଜଗନ୍ନାଥ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ

ଭୁବନେଶ୍ବର: ରାଜ୍ୟରେ ନୂଆ ସରକାର ଗଠନ ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଆସନ୍ତାକାଲି ନୂଆ ସରକାରର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ଭୁବନେଶ୍ଵର ଜନତା ମୈଦାନରେ ଅପରାହ୍ନ ୪ ଟା ୪୫ ରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଆରମ୍ଭ ହେବ ବୋଲି ସମୟ ନିର୍ଦ୍ଧାରଣ କରାଯାଇଛି। ଏନେଇ ପ୍ରଶାସନ ଠାରୁ ବିଜେପି ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ତେବେ ଏଥିପାଇଁ ବିଜେପି ପକ୍ଷରୁ ନିମନ୍ତ୍ରଣ ପତ୍ର ବଣ୍ଟନ ପ୍ରକ୍ରିୟା ଆରମ୍ଭ କରାଯାଇଛି। ସର୍ବପ୍ରଥମେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନିମନ୍ତ୍ରଣ କରାଯାଇଛି। ସେଥିପାଇଁ ଗୁଆ, ନଡିଆ, ନିମନ୍ତ୍ରଣ ପତ୍ର ନେଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟକୁ ବିଜେପି ଯାଇଛି। ଶ୍ରୀଜଗନ୍ନାଥଙ୍କୁ ନିମନ୍ତ୍ରଣ ପାଇଁ ବିଜେପି ପକ୍ଷରୁ ପ୍ରଭାତୀ ପରିଡା, ପୃଥ୍ବୀରାଜ ହରିଚନ୍ଦନ, ଆଶ୍ରୀତ ପଟ୍ଟନାୟକ ଯାଇଥିବା ଜଣାପଡିଛି। ସେହିଭଳି ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଧ୍ୟ ବିଜେପି ପକ୍ଷରୁ ନିମନ୍ତ୍ରଣ କରାଯାଇଛି। ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ ପାଇଁ ବିଜେପି ଟିମରେ ମନମୋହନ ସାମଲ, ସୁରେଶ ପୂଜାରୀ, ସମୀର ମହାନ୍ତି, ବସନ୍ତ ପଣ୍ଡା, ନିତ୍ୟାନନ୍ଦ ଗଣ୍ଡ ସାମିଲ ଅଛନ୍ତି। ସେମାନେ ସମସ୍ତେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବା ପାଇଁ ଅନୁରୋଧ କରିଥିବା ଜଣାପଡିଛି।

Related Articles

Leave a Reply

Your email address will not be published.

Back to top button