ମୁଖ୍ୟମନ୍ତ୍ରୀ ଘୋଷଣା କଲେ, ଏଣିକି ପଦ୍ମଶ୍ରୀ ପୁରସ୍କୃତଙ୍କୁ ମିଳିବ ମାସକୁ ୨୫ ହଜାର ଟଙ୍କା

ଭୁବନେଶ୍ବର: ପଦ୍ମଶ୍ରୀ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ। ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ବିତ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ମିଳିଥାଏ। ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ କୃତୀ ସନ୍ତାନ ମାନେ ସେମାନଙ୍କ ପ୍ରତିଭା ଓ ସେବା କାର୍ଯ୍ୟ ଦ୍ୱାରା ଓଡିଶାର ଗୌରବ ବୃଦ୍ଧି କରିଛନ୍ତି। ସମାଜକୁ ସେମାନଙ୍କ ବଳିଷ୍ଠ ଅବଦାନର ସ୍ବୀକୃତି ସ୍ବରୂପ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସେମାନଙ୍କ ସମ୍ମାନାର୍ଥେ ମାସକୁ ୨୫ ହଜାର ଟଙ୍କା ଲେଖାଏ ଅର୍ଥ ସମ୍ମାନ ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଚଳିତ ବର୍ଷ ଅପ୍ରେଲ ମାସ ଠାରୁ ଏହି ସମ୍ମାନ ରାଶି ପ୍ରଦାନ କରାଯିବ।

Related Articles

Leave a Reply

Your email address will not be published.

Back to top button