ଟେକ୍ସଟାଇଲ୍ ପାର୍କର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କଟକ ଚୌଦ୍ୱାରରେ ନିର୍ମିତ ହେବ ୱେଲସ୍ପନ୍ ଇଣ୍ଟିଗ୍ରେଟେଡ୍ ଟେକ୍ସଟାଇଲ୍ ପାର୍କ  ପାଇଁ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରକଳ୍ପ ପାଇଁ ୩ ହଜାର କୋଟି ଟଙ୍କା ନିବେଶ ହେବ । ୧୦ ହଜାର ଲୋକଙ୍କୁ ମିଳିବ ପ୍ରତ୍ୟେକ୍ଷ ନିଯୁକ୍ତି । ଓଟିଏମର ୪୭୮ ଏକର ଜମିରେ ଆନୁମାନିକ ୩ହଜାର ୫୦କୋଟି ଟଙ୍କା ବ୍ୟୟରେ ଏକ ନୂଆ ଟେକ୍ସଟାଇଲ ଶିଳ୍ପ ପ୍ରତିଷ୍ଠା ହେବାକୁ ଥିବା ବେଳେ ୧୦ହଜାର ନିଯୁକ୍ତି ସୃଷ୍ଟି ନେଇ ମଧ୍ୟ ଲକ୍ଷ୍ୟ ଧାର୍ୟ୍ୟ କରାଯାଇଛି । ରାଜ୍ୟ ସରକାର ଓଟିଏମର ମୋଟ ୫୨୨ ଏକର ଜମିକୁ ନିଜ ଅଧିନକୁ ନେଇ ସେଥିରୁ ଟେକ୍ସଟାଇଲ ପାର୍କ ପାଇଁ ୱେଲସ୍ପନ୍ କମ୍ପାନୀକୁ ପ୍ରଥମ ପର୍ୟ୍ୟାୟରେ ୨୩୦ ଏକର ଜମି ଯୋଗାଇ ଦେଇଛନ୍ତି । ପର୍ୟ୍ୟାୟକ୍ରମେ କମ୍ପାନୀକୁ ବାକି ଜମି ମଧ୍ୟ ଯୋଗାଇଦେବେ ସରକାର । ଓଟିଏମ୍ ବା ଓଡ଼ିଶା ଟେକ୍ସଟାଇଲ ମିଲ୍ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କର ସ୍ୱପ୍ନର ପ୍ରକଳ୍ପ ଥିଲା । କାଳକ୍ରମେ ଏହା ବନ୍ଦ ହୋଇପଡିଥିବା ବେଳେ ଏଠାରେ କାମ କରୁଥିବା ଶ୍ରମିକମାନେ ମଧ୍ୟ ଛଟେଇ ହୋଇଥିଲେ ।
ଦୀର୍ଘ ଦିନର ଦାବି ପରେ ଏଠାରେ ନୂଆ ଟେକ୍ସଟାଇଲ ପାର୍କ ନିର୍ମାଣ ହେବାକୁ ଯାଉଥିବା ବେଳେ ନିଯୁକ୍ତିରେ ସ୍ଥାନୀୟ ଅଂଚଳର ଯୁବକ ଯୁମତୀ ମାନେ ସୁଯୋଗ ପାଇବେ । ପୂର୍ବରୁ ଛଟେଇ ହୋଇଥିବା ଶ୍ରମିକ ମାନଙ୍କୁ ଦେୟ ବାବଦକୁ ୧୫୦କୋଟି ଟଙ୍କା ବକେୟା ପ୍ରଦାନ କରାଯାଇଛି । ସେହିପରି ଦୀର୍ଘ ୧୭ ବର୍ଷ ଧରି ଏଠାରେ ରହୁଥିବା କଲୋନୀ ବାସୀଙ୍କୁ ଘର ଦେବା ସହିତ ଜମି ଯୋଗାଇଦେବାକୁ ମଧ୍ୟ ପ୍ରତିଶ୍ରୁତି ଦେଇଛନ୍ତି ସରକାର ।

Related Articles

Leave a Reply

Your email address will not be published.

Back to top button