ରଥଯାତ୍ରା ପାଇଁ ସମସ୍ତଙ୍କ ସହଯୋଗ କାମନାକଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରଥଯାତ୍ରାକୁ ଆଉ ଅଳ୍ପ କିଛି ଦିନ ବାକି ଥିବାବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ମନ୍ତ୍ରୀ, ବିଧାୟକ, ପ୍ରଶାସନିକ ଅଧିକାରୀ, ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ଓ ଛତିଶାନିଯୋଗ କର୍ମକର୍ତ୍ତାଙ୍କ ସହଯୋଗ କାମନା କରିଛନ୍ତି। ରଥଯାତ୍ରା ସମନ୍ବୟ କମିଟି ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ମହାପ୍ରଭୁ ଓଡିଆ ଜାତିର ଶ୍ରେଷ୍ଠ ପରିଚୟ । ମହାପ୍ରଭୁଙ୍କ ରଥଯାତ୍ରାକୁ ସାରା ବିଶ୍ୱ ଚାହିଁ ରହି ଥାଏ । ମହାପ୍ରଭୁଙ୍କ ରଥଯାତ୍ରା ସୁରୁଖୁରୁରେ ଶେଷ କରିବା ଆମ ସମସ୍ତଙ୍କ ଦାୟିତ୍ୱ । ଠିକ୍ ସମୟରେ ମହାପ୍ରଭୂଙ୍କ ନୀତି ପାଳନ କରାଯିବା  ସବୁଠାରୁ  ଗୁରୁତ୍ୱପୂର୍ଣ୍ଣ। ପୁରୀକୁ ଆସୁଥିବା ଭକ୍ତମାନଙ୍କ ସୁରକ୍ଷା ଓ ଅନ୍ୟ ସୁବିଧା ପାଇଁ ସ୍ୱତନ୍ତ୍ର ଧ୍ୟାନ ଦିଆଯିବା ଦରକାର । ଏ ବର୍ଷ  ଗ୍ରୀଷ୍ମ  ପ୍ରବାହକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ବ୍ୟବସ୍ଥା  କରାଯିବା ଦରକାର । ଦେଶବିଦେଶରୁ  ଆସୁଥିବା ଭକ୍ତମାନେ ଯେପରି ଭଲ ଅନୁଭବ ନେଇ ଫେରିବେ ସେଥିପ୍ରତି ଆମେ ବିଶେଷ ଧ୍ୟାନ ଦେବା ଦରକାର । ପୁରୀର ଜନସାଧାରଣ, ମହାପ୍ରଭୁଙ୍କ ସେବାୟତ, ପ୍ରଶାସନ ପୁଲିସ ସମସ୍ତେ ସେବା ଓ ସମର୍ପଣ ମନୋଭାବ ମହାପ୍ରଭୁଙ୍କ ଏ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ସଫଳ କରିବ। ମହାପ୍ରଭୁଙ୍କ ଆଶୀର୍ବାଦ ସବୁବେଳେ ଆମ ସାଥୀରେ ରହିଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ପ୍ରକାଶ କରିଛନ୍ତି।

Related Articles

Leave a Reply

Your email address will not be published.

Back to top button