ହାଇକୋର୍ଟରେ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ, ରିପୋର୍ଟ ସାର୍ବଜନୀନ କରିବାକୁ ସରକାର ବାଧ୍ୟ ନୁହଁନ୍ତି

ଭୁବନେଶ୍ବର : ହାଇକୋର୍ଟରେ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ ।  ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ଆଜି ଏକ ବଡ ଖବର ସାମ୍ନାକୁ ଆସିଛି ।  ରାଜ୍ୟ ସରକାରଙ୍କ ପକ୍ଷରୁ ସତ୍ୟପାଠ ଦାଖଲ ହେଲା । ଚାବି ହଜିବା କମିଶନଙ୍କ ରିପୋର୍ଟ ସାର୍ବଜନୀନ କରିବାକୁ ସରକାର ବାଧ୍ୟ ନୁହଁନ୍ତି । ଏହା ସତ୍ୟପାଠରେ ଉଲ୍ଲେଖ ରହିଛି ।  ଏହି ରିପୋର୍ଟ ସାର୍ବଜନୀନ କରିବାକୁ ରୁଜ୍ଜୁ ହୋଇଛି ମାମଲା ।  ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ ଦାୟିତ୍ୱରେ ଥିଲେ ଜଷ୍ଟିସ୍‌ ରଘୁବୀର ଦାସ। ତଦନ୍ତ ଶେଷ ପରେ ରାଜ୍ୟ ସରକାରଙ୍କୁ କମିଶନ ରିପୋର୍ଟ ଦେଇ ସାରିଛନ୍ତି । ଆସନ୍ତା ମାର୍ଚ୍ଚ ୧୨ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।

Related Articles

Leave a Reply

Your email address will not be published. Required fields are marked *

Back to top button