ଶପଥ ନେଲେ ନୂଆ ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ପ୍ରଥମଥର ପାଇଁ ଭାଜପା ସରକାର ଗଠନ କରିବାକୁ ଯାଉଛି। ଏନେଇ ବୁଧବାର ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝି ଶପଥ ନେଇଛନ୍ତି।  ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ସହିତ ଶପଥ ନେଇଛନ୍ତି ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା।  ଭୁବେନଶ୍ୱରସ୍ଥିତ ଜନତା ମଇଦାନରେ ଆୟୋଜିତ ଶପଥ ପାଠ ସମାରୋହରେ ମୋହନଙ୍କୁ ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ। ସେହିପରି ଉପମୁଖ୍ୟମନ୍ତ୍ରୀ ଭାବେ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ା ଶପଥ ନେଇଛନ୍ତି। ଏହି ଶପଥ ସମାବେଶରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସମେତ ବହୁ ଭିଭିଆଇପି ଉପସ୍ଥିତ ଥିଲେ।

Related Articles

Leave a Reply

Your email address will not be published.

Back to top button