ମାଡ଼ିଗଲା ଟ୍ରକ, ୩ ମୃତ

ଭୁବନେଶ୍ବର: ରାଜ୍ୟରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଆଉ ଚାଲିଗଲା ୩ ଜୀବନ । ଟ୍ରକ ଧକ୍କାରେ ୩ ଜଣ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି । ଭଦ୍ରକ ଜିଲ୍ଲା ରାଣୀତାଲ ସ୍ଥିତ ଘରୋଇ ଇଞ୍ଜିନିୟରିଂ ସମ୍ମୁଖରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ବାଲେଶ୍ୱରରୁ ଆସୁଥିବା ଏକ ଟ୍ରକ୍‌ ୩ଜଣ ବାଇକ ଆରୋହୀଙ୍କୁ ପଛପଟୁ ଧକ୍କା ଦେବାରୁ ଘଟଣାସ୍ଥଳରେ ସେମାନଙ୍କର ଜୀବନ ଚାଲିଯାଇଛି। ସେମାନେ ମାର୍କୋଣାଆଡକୁ ଯାଉଥିବାବେଳେ ପଛରୁ ଟ୍ରକ୍‌ ଧକ୍କା ଦେଇଛି। ଦୁର୍ଘଟଣା ପରେ ଘଟଣାସ୍ଥଳରେ ହିଁ ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଆଉ ଜଣେ ଗୁରୁତର ଆହତ ହୋଇଥିଲେ । ଆହତଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲେ ହେଁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ ।  ତେବେ ଦୁର୍ଘଟଣା ଘଟାଇବା ପରେ ଟ୍ରକ ଡ୍ରାଇଭର ଜଣକ ଟ୍ରକ ସହ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାଯାଇଛି ।   ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Related Articles

Leave a Reply

Your email address will not be published.

Back to top button