ମାଣ୍ଡିଆ ଦିବସରେ ଯୋଗଦେବେ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ

ଭୁବନେଶ୍ୱର: ନଭେମ୍ବର ୧୦ ମାଣ୍ଡିଆ ଦିବସ ଅବସରରେ ରାଜ୍ୟରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ କରାଯିବ । ଏଥିରେ କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ଯୋଗ ଦେବାରେ କାର୍ଯ୍ୟକ୍ରମ ରହିଛି ବୋଲି ଉପ ମୁଖ୍ୟମନ୍ତ୍ରୀ ସିଂ ଦେଓ କହିଛନ୍ତି।ନଭେମ୍ବର ୧୦ ଏବଂ ୧୧ ଦୁଇ ଦିନ ଧରି ଏହି କାର୍ଯ୍ୟକ୍ରମ କାର୍ଯ୍ୟକ୍ରମ ଚାଳିବ। ଉତ୍ସବ ମାଧ୍ୟମାରେ ମାଣ୍ଡିଆର ପ୍ରଚାର ପ୍ରଶାର ସାଙ୍ଗକୁ ବିଶ୍ୱ ବଜାରରେ ମାଣ୍ଡିଆ ଯେପରି ପହଞ୍ଚି ପାରିବ ସେନେଇ ଉଦ୍ୟମ କରାଯିବ ବୋଲି ସୂଚନା ମିଳିଛି।



