ବାତ୍ୟା ପାଇଁ ଆମେ ପ୍ରସ୍ତୁତ ଅଛୁ: ସୁରେଶ ପୂଜାରୀ

ଭୁବନେଶ୍ୱର: ସମ୍ବାବ୍ୟ ବାତ୍ୟାକୁ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ପ୍ରତିକ୍ରିୟା ରଖିଛନ୍ତି । କହିଛନ୍ତି , ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ଆମେ ପ୍ରସ୍ତୁତ ଅଛୁ । ଓଡିଶା ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ରାଜ୍ୟ, ଆମେ ସବୁବେଳେ ପ୍ରସ୍ତୁତ ଅଛୁ । କୃଷି ଓ ଶକ୍ତି ବିଭାଗ ସହ ଯୋଗାଯୋଗରେ ଅଛୁ ।  ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇସାରିଛି । ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ , ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡିଶାରେ ବର୍ଷା ହେବ । ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ସଜାଗ ରହିବାକୁ କୁହାଯାଇଛି ।

Related Articles

Leave a Reply

Your email address will not be published. Required fields are marked *

Back to top button