କଂଗ୍ରେସରେ ସାମିଲ ହେଲେ କୁସ୍ତିଯୋଦ୍ଧା ବିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ

ନୂଆଦିଲ୍ଲୀ: ହରିୟାଣା ବିଧାନସଭା ନିର୍ବାଚନ ପୂର୍ବରୁ ଭାରତୀୟ କୁସ୍ତି ଖେଳାଳି ବିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସରେ ଯୋଗ ଦେଇଛନ୍ତି। ଉଭୟ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କୁ ଭେଟିଛନ୍ତି। ଏହି ସମୟରେ କଂଗ୍ରେସର ସାଧାରଣ ସମ୍ପାଦକ କେ.ସି ଭେନୁଗୋପାଲ ମଧ୍ୟ ଉପସ୍ଥିତ ଥିଲେ। ବର୍ତ୍ତମାନ ଉଭୟଙ୍କ ନାମ ଦଳର ପ୍ରାର୍ଥୀ ତାଲିକାରେ ଦେଖାଯିବାର ସମ୍ଭାବନା ରହିଛି। ବିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ ମଲ୍ଲିକାର୍ଜୁନ ଖଡଗେଙ୍କୁ ଭେଟିବା ପୂର୍ବରୁ ଆଜି ରେଳ ସେବାରୁ ଇସ୍ତଫା ଦେଇଛନ୍ତି। ପ୍ରକାଶ ଯେ, ଦୁଇ ଦିନ ପୂର୍ବେ ବିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ ଲୋକସଭାରେ ପୂର୍ବତନ କଂଗ୍ରେସ ସଭାପତି ତଥା ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କୁ ଭେଟିଥିଲେ। ସେବେଠାରୁ ଚର୍ଚ୍ଚା ହେଉଥିଲା ଯେ, ଫୋଗାଟ୍ ଏବଂ ପୁନିଆ କଂଗ୍ରେସ ଟିକେଟରେ ନିର୍ବାଚନ ଲଢିପାରନ୍ତି। ତେବେ ଏପର୍ଯ୍ୟନ୍ତ ଉଭୟଙ୍କ ଟିକେଟ୍ ସମ୍ପର୍କରେ ଦଳ ପକ୍ଷରୁ କୌଣସି ଅଫିସିଆଲ୍ ନିଶ୍ଚିତକରଣ ଦିଆଯାଇ ନାହିଁ।

Related Articles

Leave a Reply

Your email address will not be published.

Back to top button