ଦଣ୍ଡନାଚରେ ଆକ୍ରମଣ, ଛୁରାମାଡ଼ରେ ଯୁବକ ମୃତ

ଭୁବନେଶ୍ବର: ଗଞ୍ଜାମ ଜିଲ୍ଲା ବେଲଗାଁ ଦଣ୍ଡ ନାଚ ଯାତ୍ରାରେ ଯାତ୍ରା ଅଧିକାରୀଙ୍କ ଛୁରାମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ବେଲଗାଁ ଅଞ୍ଚଳର ଜଗଦୀଶ ପାଣିଗ୍ରାହୀ। ଜଗଦୀଶ ପୂର୍ବରୁ ଏହି ଦଣ୍ଡନାଚରେ କାମ କରୁଥିଲେ। ଭୋଗ ପ୍ରସାଦ ସେବନକୁ ନେଇ ଯାତ୍ରା ଅଧିକାରୀ, ତାଙ୍କ ପୁଅଙ୍କ ସହ ଜଗଦୀଶଙ୍କ ବଚସା ହୋଇଥିଲା। ପରେ ବାପା ଓ ପୁଅ ଦୁହେଁ ଜଗଦୀଶଙ୍କୁ ଛୁରୀରେ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ଜଗଦୀଶକୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା।ଚିକିତ୍ସିତ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟ ବାପା ପୁଅକୁ କାବୁ କରିବା ସହ ଡାକ୍ତରଖାନାରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

Related Articles

Leave a Reply

Your email address will not be published. Required fields are marked *

Back to top button