ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଛୁରାମାଡ: ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ବର: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ କଙ୍କୋରେଡା ଗାଁରେ ଛୁରାମାଡ । ଟୁଲୁ ପ୍ରଧାନଙ୍କୁ ଛୁରୀ ଭୁସି ହତ୍ୟା ଉଦ୍ୟମ କରାଯାଇଛି। ରକ୍ତ ଜୁଡୁବୁଡୁ ଅବସ୍ଥାରେ ଟୁଲୁଙ୍କୁ ଉଦ୍ଧାର କରି ପରିବାର ଲୋକେ ନିକଟସ୍ଥ ଆଡପଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ପ୍ରାଥମିକ ଚିକିତ୍ôସା ପରେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ଟୁଲୁଙ୍କ ସ୍ତ୍ରୀ ମନସା ପ୍ରଧାନ ପାଟପୁର ଥାନାରେ ଏତଲା ଏତଲା ଦେବାପରେ ପୁଲିସ ଅଭିଯୁକ୍ତକୁ ଗିରଫ କରି ତଦନ୍ତ ଚଳାଇଛି।



