ଆଜି ସନ୍ଧ୍ୟାରେ କୋଭିଡ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି ।  ବଢୁଛି କରୋନାର କାୟା ।  ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ  ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ଆତଙ୍କ ଖେଳାଇ ଚାଲିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଏହାରି ଭିତରେ ଆଉ ଏକ ବଡ଼ ଖବର ସାମନାକୁ ଆସିଛି ।  ତାହା ହେଲା  ଆଜି ସନ୍ଧ୍ୟାରେ କୋଭିଡ ସ୍ଥିତିକୁ ନେଇ ବସିବ ସମୀକ୍ଷା ବୈଠକ । ସବୁ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରୋନା ନେଇ ଆଲୋଚନା କରିବେ । ଜିଲ୍ଲା ମାନଙ୍କରେ ବଢୁଥିବା ସଂକ୍ରମିତ ଅଙ୍କରେ ରୋକ ଲଗାଇବା ଉପରେ ଆଲୋଚନା ହେବ । ଦିନକୁ ଦିନ କୋରୋନା ସଂକ୍ରମଣ ମାମଲା ବଢ଼ି ବଢ଼ି ଚାଲିଛି । ଯାହାକୁ ନେଇ ସମସ୍ତେ ଭୟଭୀତ ଅବସ୍ଥାରେ ରହୁଛନ୍ତି । ଏଭଳି ସ୍ଥିତିରେ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି । ରାଜ୍ୟରେ ବର୍ତ୍ତମାନ ଅଧା ଜିଲ୍ଲା ରେଡ ଜୋନରେ ରହିଛି । କିଭଳି ଭାବରେ କୋରୋନା ସହ ମୁକାବିଲା କରିବା ସେନେଇ ସମସ୍ତେ ଚିନ୍ତିତ ଥିବାବେଳେ ଆଜି ମୁଖ୍ୟମନ୍ତ୍ରୀ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଆଲୋଚନା କରିବେ, ଏବଂ ତା ଉପରେ ମଧ୍ୟ ସମସ୍ତଙ୍କର ନଜର ରହିଛି ।

Related Articles

Leave a Reply

Your email address will not be published.

Back to top button