ଝଡ଼ିଗଲେ ମନୋଜ

ଭୁବନେଶ୍ୱର : ବିଶିଷ୍ଟ ସାରସ୍ୱତ ସାଧକ ତଥା ଓଡ଼ିଆ ସାହିତ୍ୟର ମଉଡମଣି ମନୋଜ ଦାସଙ୍କର ଆଜି ପରଲୋକ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା । ପୁଡୁଚେରୀ ସ୍ଥିତ ଅରବିନ୍ଦ ଆଶ୍ରମ ନର୍ସିଂହୋମରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କର ଦେହାନ୍ତରେ ରାଜ୍ୟ ତଥା ଦେଶର ସାହିତ୍ୟ ଜଗତରେ ଶୋକର ଛାୟା ଖେଳିଯାଇଛି । ଓଡ଼ିଆ ଓ ଇଂରାଜୀ ସାହିତ୍ୟ କ୍ଷେତ୍ରରେ ତାଙ୍କର ଅଗାଢ ପାଣ୍ଡିତ୍ୟ ଥିଲା । ଅସୁସ୍ଥତାର କାରଣରୁ ଦୀର୍ଘ ୮ ମାସ ଧରି ପୁଡୁଚେରୀରେ ରହି ଚିକିତ୍ସିତ ହେଉଥିଲେ । ଆଜି ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଅଧିକ ବିଗିଡିଯାଇଥିଲା । ଡାକ୍ତରମାନେ ଶତଚେଷ୍ଟା ସତ୍ତ୍ୱେ ତାଙ୍କୁ ବଞ୍ଚାଇବାରେ ବିଫଳ ହୋଇଥିଲେ । ତାଙ୍କ ବିୟୋଗରେ ରାଜ୍ୟପାଳ ଗଣେଣିଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସହ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି । ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରିବା ପାଇଁ ପୁଡୁଚେରୀ ସରକାରଙ୍କୁ ରାଜ୍ୟ ସରକାର ଚିଠି ଲେଖିଛନ୍ତି । ରାଜ୍ୟ ସରକାରଙ୍କ ପକ୍ଷରୁ ପର୍ଯ୍ୟଟନ, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ପୁଡୁଚେରୀ ଯିବେ । ତାଙ୍କ ପରଲୋକରେ କେବଳ ଓଡ଼ିଶା ନୁହେଁ ସମଗ୍ର ଭାରତୀୟ ସାହିତ୍ୟ ଜଗତରେ ଏକ ଯୁଗର ଅନ୍ତ ଘଟିଛି । ଓଡ଼ିଆ ଓ ଇଂରାଜୀ ସାହିତ୍ୟ କ୍ଷେତ୍ରରେ ତାଙ୍କର ଅଗାଢ ପାଣ୍ଡିତ୍ୟ ଥିଲା । ଦୀର୍ଘ ୮ ମାସ ଧରି ପୁଡୁଚେରୀରେ ରହି ଚିକିତ୍ସିତ ହେଉଥିଲେ । ଆଜି ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଅଧିକ ବିଗିଡିଯାଇଥିଲା ।

Related Articles

Leave a Reply

Your email address will not be published.

Back to top button