ନବମ ଓ ଦଶମ ପିଲାଙ୍କୁ ୧୭ରୁ ୟୁଟ୍ୟୁବରେ ଶିକ୍ଷାଦାନ

ଭୁବନେଶ୍ୱର :  କରୋନା ଯୋଗୁଁ ରାଜ୍ୟରେ ସ୍କୁଲ ବନ୍ଦ ରହିଛି । ଫଳରେ ପିଲାମାନେ  ଶ୍ରେଣୀ ଶିକ୍ଷାରୁ ବଞ୍ଚିତ ହେଉଛନ୍ତି । ତେବେ କରୋନା କାଳରେ ନବମ ଓ ଦଶମ ଶ୍ରେଣୀ ପିଲାମାନଙ୍କୁ ଶିକ୍ଷାଦାନ ନିମନ୍ତେ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଭିନ୍ନ ପଦ୍ଧତି ଅବଲମ୍ବନ କରାଯାଇଛି । ଆସନ୍ତା ୧୭ ତାରିଖରୁ ନବମ ଓ ଦଶମ ପିଲାଙ୍କୁ ୟୁଟ୍ୟୁବରେ ଶିକ୍ଷା ଦାନ କରାଯିବ ।  ଦିନ ୧୦.୩୦ରୁ ଅପରାହ୍ନ ୧ଟା ମଧ୍ୟରେ ପାଠପଢା ହେବ ।  ସବୁ ଜିଲ୍ଲାର ଡିଇଓମାନଙ୍କୁ ବିଷୟ ସ୍ଥିର କରିବାକୁ କୁହାଯାଇଛି ।

ଆସନ୍ତା ୧୮ରେ ଏନେଇ ୩୦ ଜିଲ୍ଲାର ଡିଇଓଙ୍କ ସହ ବୈଠ କରାଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ।ଅନ୍ୟପକ୍ଷରେ ଜୁନ ଶେଷ ସପ୍ତାହ ସୁଦ୍ଧା ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ ।  ଏନେଇ ଗଣଶିକ୍ଷା ମନ୍ତ୍ରୀ ସୀମର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ମାଟ୍ରିକ ମୂଲ୍ୟାୟନ କାର୍ଯ୍ୟ ସଠିକଭାବେ କରାଯାଉଛି ।  ନିର୍ଦ୍ଧାରିତ ସମୟରେ ରେଜଲ୍ଟ ପ୍ରକାଶ ପାଇଁ ଚେଷ୍ଟା କରାଯାଉଛି ।  ଏବେ ସ୍କୁଲ ଖୋଲାଯିବା ସମ୍ପର୍କରେ କହିବା ସମ୍ଭବ ନୁହେଁ ।  ବିଶେଷଜ୍ଞ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍କୁଲ ଖୋଲିବା  ନେଇ ନିଷ୍ପତ୍ତି ନେବେ ବୋଲି ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି ।

Related Articles

Leave a Reply

Your email address will not be published.

Back to top button