ରାଜ୍ୟ ବାହାରୁ ଆସିଲେ ଆରଟିପିସିଆର ବାଧ୍ୟତାମୂଳକ: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର:  ପୁଣି ନିଜର କାୟା ବିସ୍ତାର କରି ଚାଲିଛି କରୋନା।  ଓଡ଼ିଶାରେ କରୋନା ଗ୍ରାଫ ଧୀରେ ଧୀରେ ଉପରମୁହାଁ ହେଉଛି । ଦିନକୁ ଦିନ କରୋନା ଲମ୍ବଡିଆଁ ମାରୁଛି ।  ଗତ କିଛି ଦିନ ହେଲା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା  ବୃଦ୍ଧି ପାଉଛି । ରାଜ୍ୟରେ କରୋନା ଚିତ୍ର ଦିନକୁ ଦିନ ଭୟାନକ ଆଡ଼କୁ ଯାଉଛି ।ତେବେ   ଏହାରି ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି ।

ତାହା ହେଲା  ଏଣିକି କରୋନା ପ୍ରଭାବିତ ରାଜ୍ୟରୁ ଆସିଲେ ଆରଟିପିସିଆର ଟେଷ୍ଟକୁ ବାଧ୍ୟତାମୂଳକ କରାଯାଇଛି । ଆରଟିପିସିଆର  ଟେଷ୍ଟ ରିପୋର୍ଟ ନଥିଲେ ୭ ଦିନ ହୋମ କ୍ୱାରେଣ୍ଟାଇନରେ ରହିବାକୁ ନିଦେ୍ର୍ଧଶ ଦିଆଯାଇଛି ।  କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ କହିଛନ୍ତି ।

Related Articles

Leave a Reply

Your email address will not be published.

Back to top button