ସିବିଏସଇ ଦଶମ ପରୀକ୍ଷା ବାତିଲ, ଦ୍ୱାଦଶ ସ୍ଥଗିତ
ନୂଆଦିଲ୍ଲୀ: ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି । ବଢୁଛି କରୋନାର କାୟା । ସ୍ଥିତି ହେଉଛି ବେକାବୁ । ଦେଶରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ରାଜ୍ୟରେ ପ୍ରବେଶ କରିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ତେବେ ଏହାରି ଭିତରେ ଏକ ବଡ଼ଖବର ସାମନାକୁ ଆସିଛି । ତାହା ହେଲା ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାକୁ ବାତିଲ କରିଦିଆଯାଇଛି । ବାତିଲ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆ ସୂଚନା ଦେଇଛନ୍ତି । ଆଜି ଟ୍ୱିଟ ଯୋଗେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ବୋର୍ଡ ଦ୍ୱାରା ନିର୍ଦ୍ଧାରିତ ପଦ୍ଧତି ଜରିଆରେ ରେଜଲ୍ଟ ପ୍ରକାଶ ପାଇବ । ଯେଉଁମାନେ ରେଜଲ୍ଟରେ ସନ୍ତୁଷ୍ଟ ନହେବେ ପୁଣି ସେମାନେ ପରୀକ୍ଷା ଦେଇପାରିବେ । ପରିସ୍ଥିତି ସ୍ୱାଭାବିକ ହେଲା ପରେ ଛାତ୍ରଛାତ୍ରୀ ପରୀକ୍ଷା ଦେଇପାରିବେ । ଜୁନ ୧ ତାରିଖ ପରେ ପରିସ୍ଥିତି ସମୀକ୍ଷା ହେବ । ପରୀକ୍ଷାର ୧୫ ଦିନ ପୂର୍ବରୁ କୁହାଯିବ । କରୋନା ଯୋଗୁଁ ସ୍କୁଏ ବନ୍ଦ ରହିଥିବାରୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ତେବେ ଦ୍ୱାଦଶ ବୋର୍ଡ ପରୀକ୍ଷା ଘୁଞ୍ଚାଇ ଦିଆଯିବାକୁ ନିଷ୍ପତ୍ତି ହୋଇଛି । ମେ ୪ରୁ ଜୁନ ୧୪ ମଧ୍ୟରେ ହେବାକୁ ଥିବା ଦ୍ୱାଦଶ ପରୀକ୍ଷା ପରେ ହେବ । କରୋନ ଯୋଗୁଁ ସ୍କୁଲ ବନ୍ଦ ରହିଥିବାରୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଥିବା କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆ ଆଜି ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି ।