୨ରେ ଓଡ଼ିଶା ଆସୁଛନ୍ତି ଉପରାଷ୍ଟ୍ରପତି

ଭୁବନେଶ୍ୱର: ଆସନ୍ତା ୨ ତାରିଖ ଦିନ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ଓଡ଼ିଶା ଗସ୍ତରେ ଆସୁଛନ୍ତି ।  ଏପ୍ରିଲ ୨ ତାରିଖ ଦିନ ୧୧ଟା ୧୫ରେ ସେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି ।  ୨ ତାରିଖ ସନ୍ଧ୍ୟାରେ ସେ କଟକ ସାରଳା ଭବନରେ ଯୋଗଦେବେ ।  ସେଠାରେ ଅନୁଷ୍ଠିତ ହେବାକୁ ଥିବା ଆଦିକବି ସାରଳା ଦାସଙ୍କ ୬ଶହ ତମ ଜୟନ୍ତୀ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।  ୩ ତାରିଖରେ ଉତ୍କଳ ବିଶ୍ଵବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଉପରାଷ୍ଟ୍ରପତିଙ୍କ ଯୋଗ ଦେବାର କାର୍ୟ୍ୟକ୍ରମ ରହିଛି। ଏହାପରେ ୩ ତାରିଖ ସନ୍ଧ୍ୟା ୫ଟାରେ ସେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି।

Related Articles

Leave a Reply

Your email address will not be published.

Back to top button