୯୯୦ ଟଙ୍କାରେ ମିଳିବ ୨ଡିଜି

ନୂଆଦିଲ୍ଲୀ:  କରୋନା ଔଷଧ ୨ଡିଜିର ମୂଲ୍ୟ ନିର୍ଦ୍ଧାରଣ କରାଯାଇଛି ।  ଗୋଟିଏ ସାଚେଟର ଦାମ ୯୯୦ଟଙ୍କା ଧାର୍ଯ୍ୟ କରାଯାଇଛି ।  ‘ଟୁ-ଡିଅକ୍ସି-ଡି-ଗ୍ଲୁକୋଜ୍’ ବା ‘ଟୁ-ଡିଜି’ ନାମକ ଏହି ଔଷଧ କରୋନା ଚିକିତ୍ସାରେ ବେଶ ଉପଯୋଗୀ ହେବ ବୋଲି କୁହାଯାଇଛି । କରୋନା ବିରୋଧରେ ଲଢ଼ିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ଔଷଧ ନଥିବାବେଳେ, ଏହାକୁ ଜରୁରିକାଳୀନ ବ୍ୟବହାର ପାଇଁ ଅନୁମତି ଦେଇଛି ଡିସିଜିଆଇ । ଦ୍ୱିତୀୟ ଓ ତୃତୀୟ କ୍ଲିନିକାଲ ଟ୍ରାଏଲରେ ଏହା ଫଳପ୍ରଦ ହୋଇଥିବା ସୂଚନା ମିଳିଛି । ବିଶେଷ କରି ହସପିଟାଲରେ ରୋଗୀଙ୍କ ରହଣୀ ସମୟକୁ ଏହି ଔଷଧ କମାଇ ଥାଏ । ଏବଂ ଅକ୍ସିଜେନ୍ ଉପରେ ନିର୍ଭରଶୀଳତାକୁ ମଧ୍ୟ ହ୍ରାସ କରିଥାଏ । ଏହି ମେଡିସିନ୍ ପାଉଡର ଆକାରରେ ମିଳେ, ଏହାକୁ ପାଣିରେ ମିଶାଇ ରୋଗୀଙ୍କୁ ଦିଆଯାଇଥାଏ । ଡକ୍ଟର ରେଡିସ୍ ଲାବୋରେଟୋରିଜ୍ ସହ ମିଳିତ ଭାବେ ଡିଫେନ୍ସ ରିସର୍ଚ୍ଚ ଆଣ୍ଡ ଡେଭେଲପମେଂଟ ଅର୍ଗାନାଇଜେସନ୍ ଏହି ଔଷଧ ତିଆରି କରିଛି । ତେବେ ରେଡି ଲାବରେ ପ୍ରସ୍ତୁତ ଡିଆରଡିଓର ଏହି ଔଷଧ କିନ୍ତୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ରିହାତି ମୂଲ୍ୟରେ ମିଳିବ ।  ସରକାରୀ ହସ୍ପିଟାଲଗୁଡ଼ିକୁ ମଧ୍ୟ ଏହା ରିହାତି ମୂଲ୍ୟରେ ମିଳିପାରିବ ବୋଲି ଜଣାଯାଇଛି । 

Related Articles

Leave a Reply

Your email address will not be published.

Back to top button