ଅଂଶୁଘାତର କାରଣ ଓ ପ୍ରତିକାର

ଅଂଶୁଘାତ ଏକ ଉତ୍ତାପ ଜନିତ ବେମାରୀ  ଯାହା ଅତ୍ୟଧିକ ଉତ୍ତାପ ଯୋଗୁ ହୁଏ ଓ ଏଥିରେ ଦେହର ଉତ୍ତାପ ୪୦.୦ ସେଲସିୟସରୁ ଅଧିକ ଥାଏ ଓ ମାନସିକ ଦ୍ୱନ୍ଦ୍ୱ ହୁଏ । ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ଉଚ୍ଚ ରକ୍ତଚାପ  ଶୁଷ୍କ ଲାଲ ଓ ଓଦା ଚମ, ମୁଣ୍ଡବଥା, ଦ୍ୱନ୍ଦ୍ୱ ଓ ମୁଣ୍ଡ ଓଜନିଆ ଆଦି ଦେଖାଯାଏ । ଏହା ହଠାତ୍ ବା ଧୀରେ ଆରମ୍ଭ ହୋଇପାରେ । ଅଧିକ ଜଟିଳ ହେଲେ ଅପସ୍ମାର ବାତ , ରାବଡୋମାୟୋଲାଇସିସ, ବୃକ୍‌କ ଫେଲ ଆଦି ଲକ୍ଷଣମାନ ଦେଖାଯାଏ ।

ଅତ୍ୟଧିକ ବାହ୍ୟ ଉତ୍ତାପ ଓ ଅଧିକ ଶାରୀରିକ ପରିଶ୍ରମ ଯୋଗୁ ଏହି ରୋଗ ହୁଏ । ଅତି ଛୋଟ ଓ ଅତି ବୟସ୍କ ବ୍ୟକ୍ତି, ଉତ୍ତାପ ଢେଉ , ଅତ୍ୟଧିକ ଆର୍ଦ୍ରତା , କେତେକ ଔଷଧ, ହୃଦ୍‌ରୋଗ, ଚର୍ମ ରୋଗ ଯୋଗୁ ଏହି ସଙ୍କଟ ସୃଷ୍ଟି ହୁଏ ।  ଶାରୀରିକ ପରିଶ୍ରମ ନଥାଇ ହେଉଥିବା ରୋଗ ସାଧାରଣତଃ ଅତି ଛୋଟ ବା ଅତି ବୃଦ୍ଧ ଅବସ୍ଥାରେ ହୁଏ ।  ଲକ୍ଷଣ ଅନୁଯାୟୀ ରୋଗ ନିର୍ଣ୍ଣୟ କରାଯାଏ ।  ଏହା ଏକ ପ୍ରକାର ହାଇପରଥର୍ମିଆ ବା ଉଚ୍ଚତାପମାତ୍ରା ବେମାରୀ । ଏହା ସାଧାରଣ ଜ୍ୱର ରୋଗଠାରୁ ପୃଥକ୍ । ପ୍ରତିଷେଧକ ବ୍ୟବସ୍ଥା ମଧ୍ୟରେ ଯଥେଷ୍ଟ ତରଳ ପଦାର୍ଥ ଦିଆଯାଏ ଓ ଅତ୍ୟଧିକ ଗରମରୁ ଦୂରରେ ରହିବାକୁ ଉପଦେଶ ଦିଆଯାଏ । ରୋଗୀର ଦେହକୁ ତୁରନ୍ତ ଥଣ୍ଡା କରିବା ଓ ସାହାଯ୍ୟକାରୀ ଯତ୍ନ  ନେବା ଆବଶ୍ୟକ ।  ଦେହ ଉତ୍ତାପ କମେଇବା ପାଇଁ ରୋଗୀ ଦେହକୁ ଜଳ ସିଞ୍ଚନ କରାଯାଏ, ଥଣ୍ଡା କରିବା ଲାଗି ବରଫ ମିଶ୍ରିତ ଜଳରେ ବୁଡ଼େଇ ରଖାଯାଏ ଓ ଶିରାଭ୍ୟନ୍ତର ତରଳ ପଦାର୍ଥ  ଦିଆଯାଏ । ବରଫ ପ୍ୟାକ  ରୁଟିନ ଭାବରେ ଦିଆଯାଏ ନାହିଁ ।

Related Articles

Leave a Reply

Your email address will not be published.

Back to top button