୭୨ ବର୍ଷରେ ମୋଦି, ଶୁଭେଚ୍ଛା ଜଣାଇଲେ ରାହୁଲ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ୭୨ ବର୍ଷରେ ପାଦ ଦେଇଛନ୍ତି । ଏହି ଅବସରରେ ତାଙ୍କ ନିକଟକୁ ଦେଶ ଓ ବିଦେଶରୁ ଶୁଭେଚ୍ଛାର ସୁଅ ଛୁଟିଛି । କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ଏବଂ ଦଳର ଅନ୍ୟ ନେତାମାନେ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ରାହୁଲ ଗାନ୍ଧୀ ଟୁଇଟ୍ କରି କହିଛନ୍ତି, “ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଜନ୍ମଦିନର ଶୁଭେଚ୍ଛା।” କଂଗ୍ରେସ ନେତା ଶଶି ଥରୁର ମଧ୍ୟ ମୋଦୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ଥରୁର କହିଛନ୍ତି, “ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା। ତାଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ଦୀର୍ଘ ଜୀବନ କାମନା କରୁଛି। ଆଶା କରୁଛି ସେ ଆମ ନାଗରିକଙ୍କ ଜୀବନରୁ ଅନ୍ଧକାର ହଟାଇ ପ୍ରଗତି, ବିକାଶ ଏବଂ ସାମାଜିକ ସୌହାର୍ଦ୍ଦ୍ୟର ଆଲୋକ ଆଣିବା ପାଇଁ କାମ କରିବେ।” ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ୍ ପାଇଲଟ୍ ଟ୍ୱିଟ୍ କରି କହିଛନ୍ତି, ” ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା। ମୁଁ ଆପଣଙ୍କ ସୁସ୍ଥ ଏବଂ ଦୀର୍ଘ ଜୀବନ କାମନା କରୁଛି।” ଆମ୍ ଆଦମୀ ପାର୍ଟିର ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ।

Related Articles

Leave a Reply

Your email address will not be published.

Back to top button