ବସରେ ନିଆଁ ଲାଗି ଜୀବନ୍ତ ଜଳିଗଲେ ୨୦ ତୀର୍ଥଯାତ୍ରୀ

ନୂଆଦିଲ୍ଲୀ: ଅଧା ରହିଗଲା ହଜ୍ ଯାତ୍ରା। ଘଟିଲା ବଡ଼ ଦୁର୍ଘଟଣା। ପୋଲରେ ବାଡେଇ ହୋଇ ଓଲଟି ପଡିଲା ତୀର୍ଥ ଯାତ୍ରୀଙ୍କ ବସ୍। ପରେ ଦେଖୁ ଦେଖୁ ବସ୍‌ରେ ଲାଗିଗଲା ନଆଁ। ଏଥିରେ ଜୀବନ୍ତ ଜଳିଗଲେ ୨୦ ତୀର୍ଥଯାତ୍ରୀ। ଏଭଳି ଏକ ଭୟଙ୍କର ଦୁର୍ଘଟଣା ଘଟିଛି ସାଉଦି ଆରବର ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ। ସୂଚନା ମୁତାବକ, ଆଜି ସକାଳୁ ଏହି ଦୁର୍ଘଟଣା ଘଟିଛି। ଏଥିରେ ଅତି କମ୍‌ରେ ୨୯ ଜଣ ଆହତ ହୋଇଛନ୍ତି। ୟେମେନ ସୀମାରେ ଥିବା ଦକ୍ଷିଣ-ପଶ୍ଚିମ ଦିଗରେ ଆସିର ପ୍ରଦେଶ ଦେଇ ତୀର୍ଥଯାତ୍ରୀ ବସ୍‌ଟି ଯାଉଥିବା ବେଳେ ବ୍ରେକ୍ ଫେଲ୍ ହେବା ଯୋଗୁ ଏହି ଦୁର୍ଘଟଣା ଘଟିଛି।  ବସ୍‌ଟି ପ୍ରଥମେ ଏକ ପୋଲକୁ ବାଡେଇ ହୋଇ ରାସ୍ତା କଡକୁ ଓଲଟି ପଡିଥିଲା। ଏହାପରେ ଏଥିରେ ନିଆଁ ଲାଗିଯାଇଥିଲା। ନିଆଁ ଲାଗିବା ଯୋଗୁଁ ଯାତ୍ରୀଙ୍କୁ ଉଦ୍ଧାର କରିବା ମୁସକିଲ୍ ହୋଇଥିଲା। ଫଳରେ ୨୦ ଯାତ୍ରୀ ଜୀବନ୍ତ ଜଳି ଯାଇଥିବା କୁହାଯାଉଛି। ଏଥିସହ ୨୯ ଆହତଙ୍କ ମଧ୍ୟରୁ ଅନେକଙ୍କ ଅବସ୍ଥା ଗୁରୁତର ରହିଛି। ଉଦ୍ଧାରକାରୀ ଦଳ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରିଛି। ଦମକଳବାହିନୀ ମଧ୍ୟ ବସ୍‌ରେ ଲାଗିଥିବା ନିଆଁକୁ ଆୟତ୍ତ କରିଛି। ତେବେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ବିଷୟରେ ବର୍ତ୍ତମାନ ସୁଦ୍ଧା କୌଣସି ସୂଚନା ମିଳିନାହିଁ।

Related Articles

Leave a Reply

Your email address will not be published.

Back to top button