ଦିୱାଲୀ ପୂର୍ବରୁ କେନ୍ଦ୍ରୀୟ କର୍ମଚାରୀଙ୍କୁ ମୋଦୀ ସରକାରଙ୍କ ଉପହାର, ୪୨ରୁ ୪୬ ପ୍ରତିଶତକୁ ବୃଦ୍ଧି ହେଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ: ଦିୱାଲୀ ପୂର୍ବରୁ ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ମୋଦୀ ସରକାର ଏକ ବଡ ଉପହାର ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧିକୁ ଅନୁମୋଦନ କରାଯାଇଛି। ମହଙ୍ଗା ଭତ୍ତାରେ ୪ ପ୍ରତିଶତ ବୃଦ୍ଧି ସହିତ ଏହାକୁ ୪୨ ପ୍ରତିଶତରୁ ୪୬ ପ୍ରତିଶତକୁ ବୃଦ୍ଧି କରାଯାଇଛି। ଆଜି ଅନୁଷ୍ଠିତ ହେଇଥିବା କ୍ୟାବିନେଟ ବୈଠକରେ ମହଙ୍ଗା ଭତ୍ତା ବୃଦ୍ଧିକୁ ଅନୁମୋଦନ କରାଯାଇଛି। ଅକ୍ଟୋବର ମାସ ପାଇଁ ଦରମା କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ଦିଆଯିବା ସହିତ ମହଙ୍ଗା ଭତ୍ତା ବୃଦ୍ଧି ହେବାର ସମ୍ଭାବନା ଅଛି। ଜୁଲାଇରୁ ସେପ୍ଟେମ୍ବର ପର୍ଯ୍ୟନ୍ତ ବକେୟା ଅକ୍ଟୋବରରେ କର୍ମଚାରୀମାନଙ୍କ ଦରମା ସହିତ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ମଧ୍ୟ ଦିଆଯାଇପାରେ।

Related Articles

Leave a Reply

Your email address will not be published.

Back to top button