ନେଦରଲାଣ୍ଡସକୁ ୧୬୦ ରନରେ ହରାଇଲା ଭାରତ

ନୂଆଦିଲ୍ଲୀ : ବିଶ୍ୱକପରେ ଟିମ୍ ଇଣ୍ଡିଆର ବଡ଼ ବିଜୟ । ଚଳିତ ବିଶ୍ବକପର ଲିଗ ପର୍ୟ୍ୟାୟରେ ଅପରାଜେୟ ରହିଛି ଭାରତ । ଶେଷ ଲିଗ୍ ମ୍ୟାଚରେ ନେଦରଲାଣ୍ଡସକୁ ୧୬୦ ରନରେ ପରାସ୍ତ କରିଛି ରୋହିତ ବାହିନୀ । ଭାରତ ପକ୍ଷରୁ ବୁମରା, ଜାଡେଜା, ସିରାଜ ଏବଂ କୁଲଦୀପ ଯାଦବ ୨ଟି ଲେଖାଏଁ ଓ୍ବିକେଟ ଅକ୍ତିଆର କରିଥିଲେ । ସବୁଠାରୁ ବଡ଼ କଥା ହେଉଛି କି କୋହଲି ଏବଂ ରୋହିତଙ୍କୁ ଗୋଟିଏ ଲେଖାଏଁ ଓ୍ବିକେଟ ମଧ୍ୟ ମିଳିଛି । ଭାରତୀୟ ଦଳର ୯ ଜଣ ବୋଲର ବୋଲିଂ କରିଥିଲେ । ଶୁଭମନ ଗିଲ ମଧ୍ୟ ବୋଲିଂ କରିଥିବା ନଜର ଆସିଥିଲା । ନେଦରଲାଣ୍ଡସ ଆଗରେ ୪୧୧ ରନର ବିଶାଳ ଲକ୍ଷ୍ୟ ରହିଥିବାବେଳେ ୨୫୦ ରନରେ ଅଲଆଉଟ ହୋଇଛି ଦଳ । ଚଳିତ ବିଶ୍ବକପ୍‌ରେ ଭାରତ ନିଜର ଶେଷ ଲିଗ୍‌ ମ୍ୟାଚ୍‌ରେ ଟସ୍‌ ଜିଣି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ଦଳ ପାଇଁ ପାଳି ଆରମ୍ଭ କରିଥିଲେ ଅଧିନାୟକ ରୋହିତ ଶର୍ମା ଓ ଶୁବମନ୍‌ ଗିଲ। ରୋହିତ ୫୪ଟି ବଲ୍‌ ଖେଳି ୮ଟି ଚୌକା ଓ ୨ଟି ଛକା ବଳରେ ୬୧ ରନ୍‌ ସଂଗ୍ରହ କରିଥିଲେ। ସେହିପରି ଯୁବ ବ୍ୟାଟର ଗିଲ୍‌ଙ୍କ ବ୍ୟାଟରୁ ୫୧ ରନ୍‌ ଅମଳ ହୋଇଥିଲା। ଗିଲ୍‌ ୩୨ଟି ବଲ୍‌ ଖେଳି ୩ଟି ଚୌକା ଓ ୪ଟି ଛକା ମାରିଥିଲେ। ଭାରତୀୟ ବ୍ୟାଟର ବିରାଟ କୋହଲି ଆଜି ଦିନିକିଆ କ୍ରିକେଟରେ ୭୧ତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ସେ ୫ଟି ଚୌକା ଓ ଗୋଟିଏ ଛକା ବଳରେ ମୋଟ୍‌ ୫୧ ରନ୍‌ ସଂଗ୍ରହ କରି ଆଉଟ୍‌ ହୋଇଥିଲେ।

Related Articles

Leave a Reply

Your email address will not be published.

Back to top button