ନୀତିନ-ଧର୍ମେନ୍ଦ୍ର ମଧ୍ୟରେ ବୈଠକ: ଓଡିଶାର ଅନେକ ପ୍ରକଳ୍ପ ବିଷୟରେ ହେଲା ଆଲୋଚନା

ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଭେଟି ଓଡ଼ିଶାରେ କ୍ରିୟାନ୍ୱୟନ ହେଉଥିବା ପ୍ରମୁଖ ଜାତୀୟ ରାଜପଥ ପ୍ରକଳ୍ପର ଅଗ୍ରଗତି ଏବଂ ନିର୍ମାଣ କାର୍ଯ୍ୟ ନେଇ ସମୀକ୍ଷା କରିବା ସହ ଆଲୋଚନା କରିଛନ୍ତି। ଏହି ବୈଠକ ପରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ସୂଚନା ଦେଇଛନ୍ତି ଯେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଗଡ଼କରୀଙ୍କ ସହ କଟକ-ସମ୍ବଲପୁର ଜାତୀୟ ରାଜପଥର ଅଗ୍ରଗତି ନେଇ ଆଲୋଚନା ହୋଇଛି। କୋଷ୍ଟାଲ ହାଇଓ୍ୱେ, ସମ୍ବଲପୁର ରିଙ୍ଗ୍ ରୋଡ, କ୍ୟାପିଟାଲ ରିଙ୍ଗ୍ ରୋଡ୍ କାର୍ଯ୍ୟର ଅଗ୍ରଗତି ଏବଂ ନିର୍ମାଣ କାର୍ଯ୍ୟ ନେଇ ସମୀକ୍ଷା ହୋଇଛି। ସେହିପରି ଢେଙ୍କାନାଳ ଜିଲ୍ଲାର ଭୁବନ ଓ କାମାକ୍ଷାନଗର ଦେଇ ଯାଇଥିବା ଡୁବୁରିରୁ ବହ୍ଲର ଛକ ପର୍ଯ୍ୟନ୍ତ ୫୩ ନମ୍ବର ଜାତୀୟ ରାଜପଥ, ଗୋଡିବନ୍ଧରୁ ବଅଁରପାଳ ପର୍ଯ୍ୟନ୍ତ ରାଜପଥର ପ୍ରଶସ୍ତିକରଣ ସମେତ ଅନ୍ୟାନ୍ୟ ପ୍ରକଳ୍ପ ଉପରେ ମଧ୍ୟ ବୈଠକରେ ଚର୍ଚ୍ଚା କରାଯାଇଛି। ଶ୍ରୀ ପ୍ରଧାନ କହିଛନ୍ତି ଯେ ଏହି ସବୁ ରାଜପଥ ପ୍ରକଳ୍ପ ଗୁଡ଼ିକର ପରିବେଶ ମଞ୍ଜୁରୀ, ଟେଣ୍ଡର ପ୍ରକ୍ରିୟା, ଆଲାଇନମେଣ୍ଟ ଏବଂ ଅନ୍ୟାନ୍ୟ ସମସ୍ୟା ବିଷୟରେ ଆଲୋଚନା ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପୂର୍ବୋଦୟ କଳ୍ପନାରେ ଓଡ଼ିଶାରେ ସଡକପଥ ଭିତ୍ତିଭୂମିକୁ ମଜଭୂତ୍ କରାଯାଉଛି । ଭାରତ ସରକାରଙ୍କ ଏନଏଚଏଆଇ ଦ୍ୱାରା ଓଡ଼ିଶାରେ ଅନେକ ଉନ୍ନୟନମୂଳକ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି। ଆଲୋଚନା ହୋଇଥିବା ସବୁ ଜାତୀୟ ରାଜପଥ ନିର୍ମାଣ କାର୍ଯ୍ୟ ଶୀଘ୍ର ଶେଷ କରିବା ପାଇଁ ଶ୍ରୀ ଗଡକରୀ ଆଶ୍ୱସ୍ତ କରିଥିବା ଶ୍ରୀ ପ୍ରଧାନ କହିଛନ୍ତି। ଏହି ବୈଠକରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ସମେତ ଏନଏଚଏଆଇର ବରିଷ୍ଠ ଅଧିକାରୀମାନେ ଉପସ୍ଥିଲେ।

Related Articles

Leave a Reply

Your email address will not be published.

Back to top button