ରାହୁଲ ଗାନ୍ଧୀ ଦୋଷୀ ସାବ୍ୟସ୍ତ

ନୂଆଦିଲ୍ଲୀ:ମୋଦିଙ୍କ ନାଁ ନେବା ପଡ଼ିଲା ମହଙ୍ଗା ।  କଂଗ୍ରେସ ସାଂସଦ ରାହୁଲ ଗାନ୍ଧି ଦୋଷୀ ସାବ୍ୟସ୍ତ ହୋଇଛନ୍ତି ।  ସୁରତ ଜିଲ୍ଲା କୋର୍ଟ ରାହୁଲଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ‘ମୋଦି ସରନେମ’ ମନ୍ତବ୍ୟ ପାଇଁ ରାହୁଲ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଦାଏର ଅପରାଧିକ ମାନହାନି ମାମଲାରେ ତାଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି ।ପ୍ରକାଶ ଯେ, ୨୦୧୯ରେ ରାହୁଲ ଆପତ୍ତି ଜନକ ମନ୍ତବ୍ୟ ଦେଇଥିଲେ । କର୍ଣ୍ଣାଟକର କୋଲାର ଅଞ୍ଚଳରେ ଆୟୋଜିତ ଏକ ରାଲିରେ ରାହୁଲ ଆପତ୍ତି ଜନକ ମନ୍ତବ୍ୟ ଦେଇଥିଲେ । ସବୁ ମୋଦି ସରନେମ ଧାରୀ ଚୋର ବୋଲି ରାହୁଲ ଗାନ୍ଧୀ କହିଥିଲେ । ଯାହାକୁ ବିରୋଧ କରି ଗୁଜରାଟର ପୂର୍ବତନ ମନ୍ତ୍ରୀ ପୂର୍ଣ୍ଣେସ ମୋଦି କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା । ଗୁଜୁରାଟର ସୁରଟ କୋର୍ଟ ୪ ବର୍ଷ ତଳର ଏହି ମାମଲାରେ ରାହୁଲଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ଏହି ଶୁଣାଣି ବେଳେ ରାହୁଲ ଗାନ୍ଧୀ କୋର୍ଟରେ ଉପସ୍ଥିତ ଥିଲେ । ଗତ ୨୦୧୯ ନିର୍ବାଚନରେ କର୍ଣ୍ଣାଟକର ଏକ ନିର୍ବାଚନୀ ସଭାରେ ରାହୁଲ କହିଥିଲେ, ସବୁ ଚୋରଙ୍କର ସରନେମ ମୋଦୀ କାହିଁକି ହୋଇଥାଏ । ଏହି ବୟାନକୁ ନେଇ ସେତେବେଳେ ବିବାଦ ଦେଖିବାକୁ ମିଳିଥିଲା । ରାହୁଲଙ୍କ ଏହି ବୟାନ ପୂରା ମୋଦୀ ସମାଜ ପ୍ରତି ଅପମାନ ବୋଲି ଦର୍ଶାଇ ବିଜେପି ବିଧାୟକ ପୁର୍ଣ୍ଣେଶ ମୋଦୀ ଏକ ମାନହାନି ମାମଲା ରୁଜୁ କରିଥିଲେ ।

Related Articles

Leave a Reply

Your email address will not be published.

Back to top button