ନେତାଙ୍କ ଅପରାଧିକ ମାମଲାର ତ୍ୱରିତ ଶୁଣାଣି ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ:  ଦାଗୀ ନେତାଙ୍କୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ । ସାଂସଦ ଓ ବିଧାୟକଙ୍କ ବିରୋଧରେ ଥିବା ଅପରାଧିକ ମାମଲାର ତ୍ୱରିତ ଶୁଣାଣି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଜନପ୍ରତିନିଧିଙ୍କ ବିରୋଧରେ ଥିବା ଅପରାଧିକ ମାମଲାର ତ୍ୱରିତ ଶୁଣାଣି ପାଇଁ ସବୁ ରାଜ୍ୟର ହାଇକୋର୍ଟଙ୍କୁ ନିର୍ଦ୍ଦେଶ ଦେବା ସହ ଏହା ଉପରେ ନଜର ରଖିବା ପାଇଁ ସ୍ୱତନ୍ତ୍ର ଖଣ୍ଡପୀଠ ଗଠନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ । ଏହାସହ ଟ୍ରାଏଲ କୋର୍ଟ ପାଇଁ ସମାନ ଗାଇଡ଼ ଲାଇନ ଗଠନ କରିବା କଷ୍ଟକର ବୋଲି ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି । ଏପରି ମାମଲାରେ ହାଇକୋର୍ଟ ନିଜଆଡ଼ୁ ମାମଲା ରୁଜୁ କରି ଏହାର ତ୍ୱରିତ ଶୁଣାଣି କରନ୍ତୁ ବୋଲି ସୁପ୍ରିମକୋର୍ଟ କହିଛନ୍ତି । ଆଗକୁ ନିର୍ବାଚନ ଥିବାବେଳେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ ଆସିଛି ଯେଉଁଥିରେ ସାଂସଦ ଓ ବିଧାୟକଙ୍କ ବିରୋଧରେ ମାମଲାର ଶୀଘ୍ର ରାୟ ଶୁଣାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

Related Articles

Leave a Reply

Your email address will not be published.

Back to top button