ବୋର୍ଡ ସଭାପତିଙ୍କ ସୂଚନା : ମେ’ ଦ୍ବିତୀୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ

ଭୁବନେଶ୍ବର : ରାଜ୍ୟ ବୋର୍ଡ ସଭାପତି ସଭାପତି ଶ୍ରୀକାନ୍ତ ତରାଇଙ୍କ ସୂଚନା ଅନୁସାେର ମେ’ ୨ୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ। ବିଜ୍ଞାନ ପ୍ରଶ୍ନପତ୍ରରେ ୪ ମାର୍କ କମ ପାଇଁ କିଛି ଅସୁବିଧା ନାହିଁ । ଗ୍ରେସ୍ ମାର୍କ ନେଇ ପରିଚାଳନା କମିଟି ନିଷ୍ପତ୍ତି ନେବ । ଆଉ ଦୁଇଦିନ ମଧ୍ୟରେ ସରିବ ଖାତା ଦେଖା । ଏଆଇ ଓ କ୍ୟୁଆର କୋଡ୍ ଦ୍ୱାରା ପରୀକ୍ଷା ପରିଚାଳନା ସଫଳ ହୋଇଛି ବୋଲି ବୋର୍ଡ ସଭାପତି କହିଛନ୍ତି । ସୂଚନା ଅନୁସାରେ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫେବୃଆରୀ ୨୧ ତାରିଖରେ ଆରମ୍ଭ ହୋଇ ମାର୍ଚ୍ଚ ୬ ପର୍ଯ୍ୟନ୍ତ ଚାଲିଥିଲା । ଏହା ପରେ ମାର୍ଚ୍ଚ ୧୯ରେ ଆରମ୍ଭ ହୋଇଥିଲା ମାଟ୍ରିକ ପରୀକ୍ଷା ଖାତା ଦେଖା । ଏଥିରେ ୧୧ ହଜାରରୁ ଅଧିକ ହାଇସ୍କୁଲ ଶିକ୍ଷକ ଶିକ୍ଷୟିତ୍ରୀ ନିୟୋଜିତ ହୋଇଥିଲେ ।  ରାଜ୍ୟର ୫୧ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ ହୋଇଥିଲା ।  ମୋଟ ୫ ଲକ୍ଷ ୨୨ ହଜାର ୩୩୬ ଜଣ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେଇଥିଲେ ।

Related Articles

Leave a Reply

Your email address will not be published. Required fields are marked *

Back to top button