ଆମେରିକାର ବୈଦେଶିକ ଏବଂ ପ୍ରତିରକ୍ଷା ସଚିବଙ୍କୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଶୁକ୍ରବାର ଦିନ ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ୍ ଏବଂ ପ୍ରତିରକ୍ଷା ସଚିବ ଲଏଡ୍ ଅଷ୍ଟିନ ସାକ୍ଷାତ କରିଛନ୍ତି । ଦୁଇ ସଚିବ ପ୍ରଧାନମନ୍ତ୍ରୀଙ୍କୁ ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କରଙ୍କ ସହ “୨+୨” ଫର୍ମାଟରେ ହୋଇଥିବା ଆଲୋଚନା ବିଷୟରେ ଅବଗତ କରାଇଥିଲେ। ଜୁନ୍ ୨୦୨୩ରେ ପ୍ରଧାନମନ୍ତ୍ରୀଙ୍କ ଆମେରିକା ଗସ୍ତ ଏବଂ ନୂଆଦିଲ୍ଲୀରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ ଦୁଇ ନେତାଙ୍କ ମଧ୍ୟରେ ହୋଇଥିବା ବୈଠକ ପରେ ପ୍ରତିରକ୍ଷା, ସେମିକଣ୍ଡକ୍ଟର, ଅଗ୍ରଣୀ ପ୍ରଯୁକ୍ତିବିଦ୍ୟା, ମହାକାଶ, ସ୍ୱାସ୍ଥ୍ୟ ସମେତ ଦ୍ୱିପାକ୍ଷିକ ସହଯୋଗର ବିଭିନ୍ନ କ୍ଷେତ୍ରରେ ହୋଇଥିବା ଅଗ୍ରଗତି ଉପରେ ମଧ୍ୟ ସେମାନେ ଆଲୋକପାତ କରିଥିଲେ। ପ୍ରଧାନମନ୍ତ୍ରୀ ସମସ୍ତ କ୍ଷେତ୍ରରେ ଗଭୀର ସହଯୋଗ ପାଇଁ ସନ୍ତୋଷ ବ୍ୟକ୍ତ କରିଥିଲେ ଏବଂ ଉଲ୍ଲେଖ କରିଥିଲେ ଯେ ଭାରତ ଏବଂ ଆମେରିକା ମଧ୍ୟରେ ବ୍ୟାପକ ବୈଶ୍ୱିକ ରଣନୈତିକ ଭାଗିଦାରୀ ଗଣତନ୍ତ୍ର, ବହୁମତ ଏବଂ ଆଇନର ଶାସନ ପ୍ରତି ସମ୍ମାନ ଉପରେ ଆଧାରିତ । ପଶ୍ଚିମ ଏସିଆରେ ସାମ୍ପ୍ରତିକ ପରିସ୍ଥିତି ସମେତ ପାରସ୍ପରିକ ସ୍ୱାର୍ଥସମ୍ପନ୍ନ ବିଭିନ୍ନ ଆଞ୍ଚଳିକ ଏବଂ ବୈଶ୍ୱିକ ପ୍ରସଙ୍ଗ ଉପରେ ମଧ୍ୟ ସେମାନେ ମତ ବିନିମୟ କରିଥିଲେ । ଏହି ପ୍ରସଙ୍ଗରେ ଭାରତ ଓ ଆମେରିକା ମଧ୍ୟରେ ନିବିଡ଼ ସମନ୍ୱୟ ଜାରି ରଖିବା ଉପରେ ସେମାନେ ଗୁରୁତ୍ୱାରୋପ କରିଥିଲେ। ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ବାଇଡେନଙ୍କୁ ଅଭିନନ୍ଦନ ଜଣାଇଥିଲେ ଏବଂ କହିଥିଲେ ଯେ ସେ ତାଙ୍କ ସହ ନିୟମିତ ମତ ବିନିମୟ ଜାରି ରଖିବାକୁ ଆଗ୍ରହୀ ।

Related Articles

Leave a Reply

Your email address will not be published.

Back to top button