ଭୁଶୁଡି ପଡିଲା ନିର୍ମାଣାଧୀନ ରେଳ ବ୍ରିଜ: ୧୭ ମୃତ, ପ୍ରଧାନମନ୍ତ୍ରୀ ଘୋଷଣା କଲେ ଅନୁକମ୍ପା ରାଶି

ନୂଆଦିଲ୍ଲୀ: ଆଜି ମିଜୋରାମରେ ଏକ ନିର୍ମାଣାଧୀନ ରେଳ ବ୍ରିଜ ଭୁଶୁଡି ପଡିଛି। ଏହି ଘଟଣାରେ ୧୭ ଲୋକଙ୍କର ମୃତ୍ୟୁ ହୋଇଥିବା ଖବର ମିଳିଛି। ଅଧିକାରୀ କହିଛନ୍ତି ଯେ, ଅନେକ ଲୋକ ଘଟଣାସ୍ଥଳରେ ଫସି ରହିଛନ୍ତି ଏବଂ ସେମାନଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ୟମ ଚାଲିଛି। ସେ କହିଛନ୍ତି ଯେ, ବ୍ରିଜ ଭୁଶୁଡ଼ିବା ବେଳେ ପ୍ରାୟ ୩୫ ରୁ ୪୦ ଜଣ କର୍ମଚାରୀ ଉକ୍ତ ସ୍ଥାନରେ ଉପସ୍ଥିତ ଥିଲେ। ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିବା ସହ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ପାଇଁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କ ପାଇଁ ୫୦ ହଜାର ଟଙ୍କା କ୍ଷତିପୂରଣ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଉଦ୍ଧାର କାର୍ଯ୍ୟ ଚାଲିଛି ଏବଂ ପ୍ରଭାବିତ ଲୋକଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ଦିଆଯାଉଛି।

Related Articles

Leave a Reply

Your email address will not be published.

Back to top button