ଦେଶରେ ୨୪ ଘଣ୍ଟା ମଧ୍ୟରେ ୭,୧୭୮ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୮,୦୦୦ ତଳକୁ ଖସି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୭,୦୦୦ ତଳକୁ ଖସି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।  କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୭,୧୭୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।  ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୭,୧୭୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୮,୯୯,୧୬୭ରେ ପହଞ୍ଚିଛି।  ଗତ ୨୪ ‌ଘଣ୍ଟାରେ ୧୬ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୩୪୫କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୩,୦୧,୮୬୫। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୬୭% ରହିଛି।

Related Articles

Leave a Reply

Your email address will not be published.

Back to top button