ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆକାଶ ମାର୍ଗରୁ କେନ୍ଦ୍ରାପଡା ଜିଲ୍ଲାର ଲୁଣା, ଚିତ୍ରୋତ୍ପଳା ନଦୀର ଦ୍ୱୀପାଞ୍ଚଳ, ମହାନଦୀର ଶାଖା ପାଇକା ନଦୀର ଦ୍ୱୀପାଞ୍ଚଳ, ଜଗତସିଂହପୁର ଜିଲ୍ଲାର କୁଜଙ୍ଗ, ନାଉଗାଁ ଓ ପୁରୀ ଜିଲ୍ଲାର ଗୋପ, ନିମାପଡା, ଅସ୍ତରଙ୍ଗ, ଡେଲାଙ୍ଗ, ପିପିଲି, କଣାସର ତଳିଆ ଅଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଥିଲେ । ବନ୍ୟାରେ ବ୍ୟାପକ ଅଞ୍ଚଳ, ଜଳମଗ୍ନ ହେଵା ସହିତ  ଅନେକ ଚାଷ ଜମି ଓ ବାସଗୃହ କ୍ଷତିଗ୍ରସ୍ତ ହୋଇଥିବା  ଘଟଣାରେ  ରେ  ମୁଖ୍ୟମନ୍ତ୍ରୀ ଚିନ୍ତାପ୍ରକଟ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହିତ  ମୁଖ୍ୟମନ୍ତ୍ରୀଙ୍କ ସଚିବ ୫-ଟି ଭି କେ ପାଣ୍ଡିଆନ ମଧ୍ୟ୍ୟ ବନ୍ୟାଞ୍ଚଳ  ପରିଦର୍ଶନରେ  ଯାଇଥିଲେ। ପ୍ରଭାବିତ ଅଞ୍ଚଳରେ ଚାଲିଥିବା ସମସ୍ତ ପ୍ରକାର ସହାୟତା ଯଥା; ରିଲିଫ୍ ଓ ରନ୍ଧା ଖାଦ୍ୟ ଯୋଗାଣ, ସ୍ୱାସ୍ଥ୍ୟସେବା, ପାନୀୟଜଳ ଯୋଗାଣକୁ ତ୍ୱରାନ୍ୱିତ କରିବା ସହିତ ପ୍ରଭାବିତ ଗୋରୁଗାଈମାନଙ୍କୁ ଆବଶ୍ୟକୀୟ ଗୋଖାଦ୍ୟ ଓ ପଶୁଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ବନ୍ୟାଞ୍ଚଳରୁ  ଫେରିବା ପରେ  ମୁଖ୍ୟମନ୍ତ୍ରୀ କ୍ଷତିଗ୍ରସ୍ତ ଅଞ୍ଚଳ ପାଇଁ ରିଲିଫ ସହାୟତା  ଘୋଷଣା  କରିଛନ୍ତି। ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲା ଯେଉଁ ଗାଁଗୁଡ଼ିକରେ  ପାଣି ପଶିଛି ସେଠାରେ  ବିପନ୍ନ  ଲୋକ ମାନଙ୍କୁ ୧୫ଦିନ  ରିଲିଫ ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ସେହିପରି ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଓ ଅନୁଗୁଳ ଜିଲ୍ଲାର ପାଣି ପଶିଥିବା ଗାଁର ଲୋକମାନଙ୍କୁ  ସାତ ଦିନ ପାଇଁ ରିଲିଫ ଦିଆଯିବ। ପାଣି ଛାଡିବାର  ସାତ ଦିନ ମଧ୍ୟ୍ୟ ରେ କ୍ଷୟକ୍ଷତି  ଆକଳନ  କରିବା ଏବଂ ତାର ୧୫ଦିନ ଭିତରେ ଘରଭଙ୍ଗା ଓ ଫସଲ କ୍ଷତି ସହାୟତା  ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।

Related Articles

Leave a Reply

Your email address will not be published.

Back to top button