ଘୁଞ୍ଚିଲା ଯୁକ୍ତ ତିନି ନାମଲେଖା ଅବଧି

ଭୁବନେଶ୍ୱର: ରାଜ୍ୟରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ୨୦୨୨-୨୩ ଶିକ୍ଷାବର୍ଷ ଲାଗି ଯୁକ୍ତ ତିନି ଛାତ୍ରଛାତ୍ରୀଙ୍କ ନାମଲେଖା ତାରିଖ ଅବଧିକୁ ବୃଦ୍ଧି କରାଯାଇଛି । ଏନେଇ ଆଜି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପରିବର୍ତ୍ତିତ କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ନୂତନ କାର୍ଯ୍ୟସୂଚୀ ଅନୁଯାୟୀ ଅନ୍‌ଲାଇନ୍ ସିଏଏଫ୍ ଆବେଦନର ଶେଷ ତାରିଖକୁ ଅଗଷ୍ଟ ୨୫ ପରିବର୍ତ୍ତେ ସେପ୍ଟେମ୍ବର ୧ ତାରିଖ ନିର୍ଦ୍ଧାରିତ କରାଯାଇଛି । ଯୁକ୍ତ ତିନି ପ୍ରଥମ ପର୍ଯ୍ୟାୟ ନାମଲେଖା ସେପ୍ଟେମ୍ବର ୨ରୁ ୫ ତାରିଖ ମଧ୍ୟରେ ହେବାକୁ ଥିବା ବେଳେ ଏବେ ଏହାକୁ ସେପ୍ଟେମ୍ବର ୭ରୁ ୧୧ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି । ସେହିପରି ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ସେପ୍ଟେମ୍ବର ୧୨ରୁ ୧୪ ତାରିଖ ସ୍ଥିର କରାଯାଇଥିବାବେଳେ ଏହାକୁ ସେପ୍ଟେମ୍ବର ୧୬ରୁ ୧୯ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି । ପୂର୍ବସୂଚୀ ଅନୁଯାୟୀ ତତ୍‌କାଳ ନାମଲେଖା(ସ୍ପଟ୍ ସିଲେକ୍ସନ୍‌)ର ଅବଧି ସେପ୍ଟେମ୍ବର ୧୯ ତାରିଖରୁ ଆରମ୍ଭ ହେବାର ଥିଲା । ଏବେ ତାହାକୁ ସେପ୍ଟେମ୍ବର୨୧ ତାରିଖରୁ ଆରମ୍ଭ କରିବାକୁ ସ୍ଥିର କରାଯାଇଛି ।

Related Articles

Leave a Reply

Your email address will not be published.

Back to top button