ଓଡିଆ ନବବର୍ଷ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ଆଜି ଓଡିଆ ନୂଆ ବର୍ଷ। ଆଜିଠାରେ ଶ୍ରୀମନ୍ଦିରରେ ଓଡିଆ କ୍ୟାଲେଣ୍ଡରର ପ୍ରଚଳନ ଆରମ୍ଭ ହୋଇଛି। ଏହି ଉପଲକ୍ଷେ ସାରା ରାଜ୍ୟରେ ବେଶ ଉତ୍ସାହ ପରିଲକ୍ଷିତ ହୋଇଛି। ଏହି ଉପଲକ୍ଷେ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।  “ପବିତ୍ର ଓଡ଼ିଆ ନବବର୍ଷ, ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ମୁଁ ଓଡ଼ିଶାବାସୀ ତଥା ଦେଶବିଦେଶରେ ରହୁଥିବା ଓଡ଼ିଆ ଭାଇଭଉଣୀମାନଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଉଛି । ପଣା ସଂକ୍ରାନ୍ତି ଆମ ସମାଜକୁ ପ୍ରେମ ଓ ଶାନ୍ତିର ବାର୍ତ୍ତା ଦେଇଥାଏ । ଆନନ୍ଦ ଉଲ୍ଲାସର ଏହି ପର୍ବ ଆମକୁ ଆମ ଦେଶ ପାଇଁ ସମର୍ପିତ ହୋଇ କାର୍ଯ୍ୟ କରିବାକୁ ପ୍ରେରଣା ମଧ୍ୟ ଦେଇଥାଏ । ଏହି ଅବସରରେ ମୁଁ ସମସ୍ତଙ୍କର ସୁଖସମୃଦ୍ଧି କାମନା କରୁଅଛି ।”

Related Articles

Leave a Reply

Your email address will not be published. Required fields are marked *

Back to top button