ପୁଣି ବାହାରିଲେ ୨୩ କୋଭିଡ୍‌ ସଂକ୍ରମିତ

ଭୁବନେଶ୍ବର: ଧୀରେ ଧୀରେ କରୋନା ଗ୍ରାଫ୍‌ ତଳମୁହାଁ ହେବାରେ ଲାଗିଛି। ସଂକ୍ରମଣର ଧାରା ବହୁ ମାତ୍ରାରେ କମିବାରେ ଲାଗିଛି। ବିଗତ ୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ମାତ୍ର ୨୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବରଗଡ଼ ଜିଲ୍ଲାରୁ ଜଣେ, କେନ୍ଦ୍ରପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ଜଣ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୧୩୩୬୨୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୯୦ଟି ସକ୍ରିୟ ମାମଲା ରହିଥିବା ବେଳେ ୧୩୨୬୮୦୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୮୭୫୨୫୫ ନମୁନା ପରୀକ୍ଷା ହୋଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪ ଜଣ ସଂକ୍ରମିତ ରହିଛନ୍ତି । ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୨୫୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Related Articles

Leave a Reply

Your email address will not be published.

Back to top button