ନୂଆ ଦାୟିତ୍ବ ନେବା ପରେ ଶ୍ରୀମନ୍ଦିରରୁ କାର୍ଯ୍ୟ ଆରମ୍ଭ କଲେ ଭି କେ ପାଣ୍ଡିଆନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ୍  ଆଜି ବଡିଭୋର ରୁ ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ। ଭୋର୍ ୪ ରୁ ୬ ପର୍ଯ୍ୟନ୍ତ ଏହି ସମୀକ୍ଷା ଚାଲିଥିଲା।

ନୂଆ ଦାୟିତ୍ଵ ଗ୍ରହଣ ପରେ ୫ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ୍ ଙ୍କ ଏହା ଥିଲା ପ୍ରଥମ ସମୀକ୍ଷା। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ତ୍ଵରାନ୍ଵିତ କରି ଡିସେମ୍ବର ୧୫ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ଏହା ନୂଆବର୍ଷ ରେ ଭକ୍ତ ମାନଙ୍କୁ ନୂଆ ଅନୁଭବ ଦେବ ବୋଲି ସେ ମତ ବ୍ୟକ୍ତ କରିଥିଲେ।

ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ଗୁଡିକର ପୁନରୁଦ୍ଧାର କାମ ତ୍ୱରାନ୍ୱିତ କରିବା ପାଇଁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ। ପରିକ୍ରମା ପ୍ରକଳ୍ପ ଲ୍ୟାଣ୍ଡସ୍କେପିଂ କାମରେ ଜଗନ୍ନାଥ ସଂସ୍କୃତି ସହ ଜଡିତ ବିଭିନ୍ନ ଦେଶୀୟ ବୃକ୍ଷ ଓ ଗୁଳ୍ମ ଲଗାଇବାକୁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ। ସେ ଶ୍ରୀମନ୍ଦିର ଚାରି ଦ୍ଵାର କାମ ମଧ୍ୟ ବୁଲି ଦେଖିଥିଲେ।

ସ୍ଥାନୀୟ ଲୋକଙ୍କ ସୁବିଧା ପାଇଁ ଦୁଇ ଚକିଆ ଗାଡି ର ପାର୍କିଂ ପାଇଁ ପର‌୍ୟ୍ୟାପ୍ତ ବ୍ୟବସ୍ଥା କରିବାକୁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ। ଏତଦବ୍ୟତୀତ ମେଘନାଦ ପାଚେରୀ ପାଖରୁ ବିଭିନ୍ନ ନିତ୍ୟ ବ୍ୟବହାର ୟୁନିଟଗୁଡିକର ସ୍ଥାନାନ୍ତର, ପରିକ୍ରମା ପ୍ରକଳ୍ପ ର ବିଦ୍ୟୁତ୍ ବ୍ୟବସ୍ଥା କାମ ନିର୍ଦ୍ଧାରିତ ସମୟରେ ଶେଷ କରିବା ଉପରେ ସେ ଗୁରୁତ୍ଵ ଆରୋପ କରିଥିଲେ।

ଜଗନ୍ନାଥ ବଲ୍ଳଭ ପାର୍କିଂ କାମ ସହ ଯାତ୍ରୀ ମାନଙ୍କ ପାଇଁ ସେଠାରେ କରାଯାଉଥିବା ବିଭିନ୍ନ ସୁବିଧା ର ବିକାଶ , ପ୍ରମୋଦ ଉଦ୍ୟାନ, ଓ ଶ୍ରୀ ସେତୁ କାମ ର ଅଗ୍ରଗତି ଶ୍ରୀ ପାଣ୍ଡିଆନ୍ ସମୀକ୍ଷା କରିଥିଲେ ଓ ନିର୍ଦ୍ଧାରିତ ସମୟ ରେ କାମ ଶେଷ କରିବାକୁ ନିର୍ଦେଶ ଦେଇଥିଲେ। ଏଥି ପାଇଁ ଅଧିକ ଲୋକ ନିୟୋଜିତ କରିବା ପାଇଁ ୫ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ପରାମର୍ଶ ଦେଇଥିଲେ।

ଏହି ପରିଦର୍ଶନ ସମୟରେ ପୁରୀ ଜିଲ୍ଲାପାଳ, ଏସପ୍, ଓବିସିସି ଏମଡି ବିଭିନ୍ନ ଏଜେନ୍ସିର ଅଧିକାରୀମାନେ ଉପସ୍ଥିତ ଥିଲେ।

Related Articles

Leave a Reply

Your email address will not be published.

Back to top button