ଆସନ୍ତା ୧୨ରେ ଆଉ ଏକ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ଆସନ୍ତା ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୨ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢ଼଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ସେପ୍ଟେମ୍ବର ୧୨ ତାରିଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ଏହାର ପରଦିନ ଏହା ଲଘୁଚାପରେ ପରିଣତ ହୋଇପାରେ । ସେପ୍ଟେମ୍ବର ୧୩ ରୁ ୧୫ ମଧ୍ୟରେ ଉପକୂଳ, ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ଏହା ସେପ୍ଟେମ୍ବର ୧୬ ତାରିଖ ବେଳକୁ ହ୍ରାସ ପାଇବ। ତେବେ ପଶ୍ଚିମ ଓଡ଼ିଶାରେ ଗୋଟିଏ ବା ଦୁଇଟି ସ୍ଥାନରେ ସେପ୍ଟେମ୍ବର ୧୬ରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ। ସେପ୍ଟେମ୍ବର ୧୮ ପରେ ରାଜ୍ୟରେ ପାଣିପାଗରେ ଉନ୍ନତି ଘଟିବ । ଅପରପକ୍ଷେ ପୂର୍ବାନୁମାନ ଅନୁଯାୟୀ ରାଜ୍ୟରେ ବର୍ଷାର ପରିମାଣ କମିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩.୪ ମିମି ବର୍ଷା ରେକର୍ଡ କରାଯାଇଛି। ଯାହା ସ୍ୱାଭାବିକ ବର୍ଷା ୮.୪ ମିମି ତୁଳନାରେ ୬୦ ପ୍ରତିଶତ କମ୍‌‌ ବୋଲି ଜଣାପଡ଼ିଛି।

Related Articles

Leave a Reply

Your email address will not be published.

Back to top button