ଉପବାଚସ୍ପତି ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ ଭବାନୀ ଭୋଇ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ଉପ ବାଚସ୍ପତି ପାଇଁ  ଆଜି ଭାରତୀୟ ଜନତା ପାର୍ଟି ତଳସରା ବିଧାୟକ ଭବାନୀ ଭୋଇଙ୍କୁ ପ୍ରାର୍ଥୀ କରିଛି। ବିଧାନସଭାରେ ବଜେଟ ଅଧିବେଶନର ଆଜି ଦ୍ୱିତୀୟ ଦିନରେ ବିଜେପି ଏହି ଘୋଷଣା କରିଛି। ବିଧାନସଭା ସଚିବଙ୍କ ପାଖରେ ଭବାନୀ ଆଜି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ।  ଏହି ସମୟରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କନକବର୍ଦ୍ଧନ ସିଂହଦେଇ ଉପସ୍ଥିତ ଥିଲେ । ତେବେ ଏ ପର୍ୟ୍ୟନ୍ତ ବିରୋଧୀ ବିଜେଡି ଉପ ବାଚସ୍ପତି ପାଇଁ କାହାକୁ ପ୍ରାର୍ଥୀ କରିନାହିଁ। ଆସନ୍ତାକାଲି ଅର୍ଥାତ ଜୁଲାଇ ୨୪ ତାରିଖରେ ଉପ ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ଭବାନୀ ଭୋଇ ତଳସରା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଦୁଇ ଦୁଇ ଥର ବିଜେପି ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ୨୦୧୯ରେ ଭବାନୀ ବିଜେଡି ବିଧାୟକ ପ୍ରାର୍ଥୀ ଷ୍ଟିଫେନ ୱିଲସନ ସୋରେଙ୍ଗଙ୍କୁ ପ୍ରାୟ ୧୫ ହଜାର ଭୋଟରେ ପରାସ୍ତ କରିଥିବା ବେଳେ ୨୦୨୪ରେ ମଧ୍ୟ ବିଜେଡି ପ୍ରାର୍ଥୀ ବିନୟ କୁମାର ଟାପୁଙ୍କୁ ପ୍ରାୟ ୧୭ ହଜାର ଭୋଟରେ ପରାସ୍ତ କରିଥିଲେ।

Related Articles

Leave a Reply

Your email address will not be published.

Back to top button