ପୂର୍ବ ଶତ୍ରୁତାରୁ ବୋମାମାଡ଼, ୩ ଆହତ

ଭୁବନେଶ୍ବର : ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି  ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ହରିପୁର ଗାଁରେ ବୋମାମାଡ଼ ହୋଇଛି । ଏହି ବୋମାମାଡ଼ରେ ଜଣେ ଗୁରୁତର ହୋଇଥିବା ବେଳେ ଆଉ ଦୁଇ ଜଣ ସାମାନ୍ୟ ଆହତ ହୋଇଛନ୍ତି । ଆହତମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇବାବେଳେ ଗୁରୁତରଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ଘଟଣାସ୍ଥଳରେ ଖଲ୍ଲିକୋଟ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁସାରେ, କିଛି ଦିନ ପୂର୍ବରୁ ହରିପୁର ଗାଁରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା। ଆଜି ସକାଳେ ଗୋଟିଏ ଗୋଷ୍ଠୀର ଲୋକ ଆସି ଅନ୍ୟ ଗୋଷ୍ଠୀ ଉପରେ ବୋମା ମାଡ଼ କରିଥିଲେ। ପରେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ।

Related Articles

Leave a Reply

Your email address will not be published.

Back to top button