କ୍ୟାବିନେଟ ବୈଠକ: ୩ ପ୍ରସ୍ତାବ ଉପରେ ମୋହର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଥିଲା ରାଜ୍ୟ କ୍ୟାବିନେଟ୍‌‌ର ଜରୁରୀ ବୈଠକ । ଏହି ବୈଠକରେ ୩ଟି ପ୍ରସ୍ତାବକୁ କ୍ୟାବିନେଟ୍ ମୋହର ବାଜିଛି। କୃଷି ଓ କୃଷକ ଶସକ୍ତିକରଣ ବିଭାଗର ଏକ ପ୍ରସ୍ତାବକୁ କ୍ୟାବିନେଟ ମୋହର ବାଜିଛି। ସେହିପରି ଇଲୋକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗର ଏକ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଥିବା ବେଳେ ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ବିଭାଗର ଏକ ପ୍ରସ୍ତାବରକୁ ମଧ୍ୟ ମଞ୍ଜୁରୀ ମିଳିଛି। ଏ ନେଇ ବିଧାନସଭାରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ସୂଚନା ଦେଇଛନ୍ତି।

-ଓଡିଶା ଷ୍ଟେଟ ୱାର୍କଫ୍ଲୋ ଅଟୋମେସନ୍ ସିଷ୍ଟମର ଉନ୍ନତିକରଣକୁ କ୍ୟାବିନେଟ ଅନୁମୋଦନ ମିଳିଛି। ଏହି ଉନ୍ନତିକରଣ ପଦକ୍ଷେପ 5T ଢାଞ୍ଚାରେ ଶାସନର ଦକ୍ଷତା ସ୍ତରକୁ ଆହୁରି ଉଚ୍ଚତର ସୋପାନକୁ ନେବା ସହିତ ନାଗରିକ ଅନୁକୂଳ ସ୍ୱଚ୍ଛ ବ୍ୟବସ୍ଥାକୁ ସୁନିଶ୍ଚିତ କରିବ।

-. ଓଡିଶା କୃଷି ଓ ବୈଷୟିକ ବିଶ୍ୱ ବିଦ୍ୟାଳୟ ୧୯୬୨ରେ ପ୍ରତିଷ୍ଠା ହୋଇଥିଲା। ବିଶ୍ୱ ବିଦ୍ୟାଳୟର ଅଧିକାଂଶ ଭିତ୍ତିଭୂମି ୫ ଦଶନ୍ଧିରୁ ଅଧିକ ହୋଇଥିବାରୁ ଏହାର ଜରୁରୀ ମରାମତି, ନବୀକରଣ ଓ ପୁନଃନିର୍ମାଣ ପାଇଁ ୨୦୨୩-୨୪ ରୁ ୨୦୨୭-୨୮, ପାଞ୍ଚ ବର୍ଷ ପାଇଁ ରାଜ୍ୟ କ୍ୟାବିନେଟ ୪୯୧.୪୧ କୋଟି ଟଙ୍କା ମଞ୍ଜୁରୀ ଦେଇଛନ୍ତି।

– ଆଦିବାସୀ ଉପଦେଷ୍ଟା ପରିଷଦଦ୍ୱାରା ତା.୧୧.୦୭.୨୦୨୩ ରିଖରେ ଅନୁମୋଦନ କରାଯାଇଥିବା ପ୍ରସ୍ତାବକୁ ଆଧାର କରି ତା. ୧୪.୧୧.୨୦୨୩ ରିଖରେ ଓଡିଶା ଅନୁସୂଚିତ ଅଞ୍ଚଳରେ ସ୍ଥାବର ସମ୍ପତ୍ତି ( ଅନୁସୂଚିତ ଜନଜାତି ଦ୍ୱାରା) ହସ୍ତାନ୍ତର ଆଇନ, ୧୯୫୬ କୁ ସଂଶୋଧନ କରିବା ପାଇଁ ରାଜ୍ୟ କ୍ୟାବିନେଟରେ ପ୍ରସ୍ତାବ ପାରିତ କରିଥିଲେ। ଆଜିର ବୈଠକରେ ଉପରୋକ୍ତ ସଂଶୋଧନର ପୁନର୍ବିଚାର କରି କ୍ୟାବିନେଟ ଏ ବିଷୟରେ ଅଧିକ ତର୍ଜମା କରିବା ପାଇଁ ଆଦିବାସୀ ଉପଦେଷ୍ଟା ପରିଷଦକୁ ସୁପାରିଶ କରିଛନ୍ତି ।

Related Articles

Leave a Reply

Your email address will not be published.

Back to top button