୧୦ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ମୌସୁମୀ ନିଷ୍କ୍ରିୟ ରହିଛି। ଏହା ପ୍ରଭାବରେ ତାପମାତ୍ରା ଅଧିକ ରହିବା ସହ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରିବା ଦ୍ୱାରା ବିଜୁଳି ଘଡ଼ଘଡ଼ି ସହ ରାଜ୍ୟର କେତେକ ସ୍ଥାନରେ ବର୍ଷା ରେକର୍ଡ଼ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କନ୍ଧମାଳ, ବରଗଡ଼, ଅନୁଗୁଳ, ଝାରସୁଗୁଡ଼ା ଏବଂ ସମ୍ବଲପୁର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ହାଲୁକା ବର୍ଷା ହୋଇଛି। ଆଭ୍ୟନ୍ତରୀଣ ଓଡ଼ିଶା ସହ ଅନ୍ୟ କେତକ ଜିଲ୍ଲାରେ ପାଗ ମୁଖ୍ୟତଃ ଶୁଖିଲା ରହିଛି। ମଙ୍ଗଳବାର ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ କଟକ ଜିଲାରେ ଘଡଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ସମ୍ପୃକ୍ତ ୧୦ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୯ ତାରିଖରେ ରାଜ୍ୟରେ ବର୍ଷାର ପରିମାଣ ଅପେକ୍ଷାକୃତ କମ୍‌ ରହିବ। ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ାର କେତକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଉକ୍ତ ଜିଲ୍ଲାଗୁଡ଼ିକୁ ମଧ୍ୟ ୟେଲୋ ଓ୍ବାର୍ନିଂ ରହିଛି। ୧୦ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ବର୍ଷା ହେବା ନେଇ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେଣୁ ଏହି ସବୁ ଜିଲ୍ଲାଗୁଡ଼ିକୁ ମଧ୍ୟ ୟେଲୋ ଓ୍ବାର୍ନିଂ ରହିଛି। ୧୧ ଓ ୧୨ ତାରିଖରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଥିଲେ ମଧ୍ୟ କୌଣସି ଜିଲାକୁ ଓ୍ବାର୍ନିଂ ଜାରି ହୋଇାନାହିଁ।

Related Articles

Leave a Reply

Your email address will not be published.

Back to top button