ବିଶ୍ୱ ପଖାଳ ଦିବସ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ବିଶ୍ବ ପଖାଳ ଦିବସ ।  ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ କରି ରାଜ୍ୟବାସୀଙ୍କୁ ବିଶ୍ୱ ପଖାଳ ଦିବସରେ ଶୁଭେଚ୍ଛା ଜଣାଇଛନ୍ତି । ଓଡ଼ିଆ ଖାଦ୍ୟର ନିଆରା ସମ୍ଭାର ମଧ୍ୟରେ ପଖାଳ ଅନ୍ୟତମ। ଏହା ଆମ ଖାଦ୍ୟର ବିବିଧତା ମଧ୍ୟରେ ସ୍ୱତନ୍ତ୍ର। ପଖାଳଦିବସରେ ସମସ୍ତଙ୍କୁ ମୋର ଶୁଭେଚ୍ଛା ଜଣାଇବା ସହ ଓଡ଼ିଆ ଖାଦ୍ୟର ପ୍ରସାର ଦିଗରେ ସମସ୍ତଙ୍କ ନିଷ୍ଠାପର ଓ ସମ୍ମିଳିତ ଉଦ୍ୟମ ପାଇଁ ଆହ୍ୱାନ ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ କରିଛନ୍ତି । ପଖାଳର ନିବିଡ଼ତା ଓଡ଼ିଆ ଜାତି ସହ କାହିଁ କେଉଁ କାଳରୁ ଯୋଡ଼ି ହୋଇରହିଛି। ପ୍ରତି ଓଡ଼ିଆଙ୍କର ପସନ୍ଦର ଖାଦ୍ୟ ହେଉଛି ପଖାଳ । ଖରାଦିନ ଆସିଲେ ଖୋଜାପଡ଼େ ପଖାଳ କଂସା । ପଖାଳ ହେଉଛି ସଭିଙ୍କର ପ୍ରିୟ ଖାଦ୍ୟ । ଆମ ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ପ୍ରିୟ ପଖାଳ । ଶ୍ରୀମନ୍ଦିରର ଟଙ୍କ ତୋରାଣି ଏହାର ପ୍ରମାଣ । ଖରା ଦିନେ ପଖାଳ କଂସାରେ ହିଁ ଓଡ଼ିଆଙ୍କୁ ଶାନ୍ତି ମିଳିଥାଏ । ପ୍ରତି ବର୍ଷ ମାର୍ଚ୍ଚ ୨୦ ତାରିଖ ପଖାଳ ଦିବସ ପାଳନ କରାଯାଇଥାଏ ।

Related Articles

Leave a Reply

Your email address will not be published.

Back to top button