ନବରଙ୍ଗପୁରର ଝରିଗାଁ ଉମରକୋଟ ରାସ୍ତା ଦୁର୍ଘଟଣାରେ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର: ଆଜି ଭୋର୍ ସମୟରେ ନବରଙ୍ଗପୁର ଜିଲ୍ଲା ଝରିଗାଁ ଉମରକୋଟ ରାସ୍ତାରେ ସଡକ ଦୁର୍ଘଟଣାରେ ୩ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ଏବଂ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ଏହି ଦୁର୍ଘଟଣାରେ ଆହତ ଙ୍କୁ ମାଗଣା ରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

Related Articles

Leave a Reply

Your email address will not be published.

Back to top button