ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ନିମନ୍ତେ ଫେବୃୟାରୀ ୯ ରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା

ଭୁବନେଶ୍ଵର: ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନଙ୍କ ଶିକ୍ଷା ଓ ସ୍ୱାଭିମାନର ବିକାଶ ନିମନ୍ତେ ସର୍ବଦା ଚ଼େଷ୍ଟିତ ଓଏସଇଏଫଡ଼ି (OSEFD) ଓ‌ ଓଏସଏସଇଟିଏ (OSSETA) ସଂଘର‌ ମିଳିତରେ ଗଠିତ ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ମିଳିତ ମଞ୍ଚ ପକ୍ଷରୁ ଓଡ଼ିଶାର ସମସ୍ତ ସାଧାରଣ ବିଦ୍ୟାଳୟରେ ମାନ୍ୟବର ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦାବିରେ ଆସନ୍ତା ଫେବୃୟାରୀ ୯ ତାରିଖ ଠାରୁ ଭୁବନେଶ୍ୱରର ଲୋୟର ପିଏମଜି ଠାରେ ବିଶାଳ ମହାସମାବେଶ ଏବଂ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ହେବାକୁ ଯାଉଛି। ସଂଘ ଏହା ପୂର୍ବରୁ ଦୀର୍ଘ ବର୍ଷ ଧରି ବିଭିନ୍ନ ମାଧ୍ୟମରେ ରାଜ୍ୟ ସରକାରଙ୍କ ପାଖରେ ଦାବି ଉପସ୍ଥାପନ କରିଆସୁଥିଲେ ମଧ୍ୟ ସରକାର ଆଦୌ କର୍ଣ୍ଣପାତ କରୁନାହାନ୍ତି। ଏହି ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ନିମନ୍ତେ RPWD Act 2016,RTE Act 2009 ଅନୁସାରେ ନିୟମ ଓ ପ୍ରବନ୍ଧ ରହିଛି ଏବଂ ମାନ୍ୟବର ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ‌କୁ ଦୁଇବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ରାଜ୍ୟ ସରକାର ଅଣଦେଖା କରୁଛନ୍ତି,ଯାହାକି ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଓ ଆଶ୍ଚର୍ଯ୍ୟଜନକ। ଆମେ ମାନେ ସ୍ବତନ୍ତ୍ର ଶିକ୍ଷା ରେ ଡିପ୍ଲୋମା,ବି.ଇଡ଼ି ଓ ଏମ୍.ଇଡ଼ି କରି ଭାରତୀୟ ପୁନର୍ବାସ ପରିଷଦ ରେ ନାମ ପଞ୍ଜିକରଣ କରି ବେକାରୀ ହୋଇ ବସିଅଛୁ।ଆମେ ଯାହାଙ୍କୁ ପଢ଼ାଇବା ପାଇଁ ପ୍ରଶିକ୍ଷଣ ନେଇଛୁ, ସେହି ମାନଙ୍କୁ ପଢ଼ାଇବାରୁ ଆମକୁ ବଞ୍ଚିତ ରଖାଯାଉଛି। ଓଡ଼ିଶାର ସମସ୍ତ ସାଧାରଣ ବିଦ୍ୟାଳୟ ରେ ୧ ଲକ୍ଷରୁ ଉର୍ଦ୍ଧ୍ବ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ଶିକ୍ଷା ଗ୍ରହଣ କରିବା ସହ ୭ ହଜାରରୁ ଉର୍ଦ୍ଧ୍ଵ ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ଓ ଶିକ୍ଷୟିତ୍ରୀ ଗଣ ନିଯୁକ୍ତି ନ ପାଇ ବେକାରୀ ହୋଇ ବସିଅଛୁ।ଏଣୁ ଆମ ଆମର ହକ୍,ଅଧିକାର ଓ ସ୍ବତନ୍ତ୍ର ଶିକ୍ଷକ ର ପରିଚ଼ୟ ପାଇବା ପାଇଁ ଆସନ୍ତା ୯ ଫେବୃଆରୀ ମାସ ଠାରୁ ଭୁବନେଶ୍ୱର ର ଲୋୟର ପିଏମଜି ଠାରେ ଧାରଣାରେ ବସିବୁ। ରାଜ୍ୟ ସରକାର ଯେ ପର୍ଯ୍ୟନ୍ତ ସାଧାରଣ ବିଦ୍ୟାଳୟରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ର ବିଜ୍ଞାପନ ବାହାର କରିନାହାନ୍ତି, ସେହି ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ମିଳିତ ମଞ୍ଚ ପକ୍ଷରୁ କୁହାଯାଇଛି।

Related Articles

Leave a Reply

Your email address will not be published.

Back to top button