ନାମାଙ୍କନ ଭରିଲେ ଦେବାଶିଷ ଏବଂ ଶୁଭାଶିଷ

ଭୁବନେଶ୍ୱର : ରାଜ୍ୟସଭା ନିର୍ବାଚନ । ନାମାଙ୍କନ ଭରିଲେ ବିଜେଡିରୁ ଦୁଇ ପ୍ରାର୍ଥୀ । ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେଡି ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ଏବଂ ଶୁଭାଶିଷ ଖୁଣ୍ଟିଆ ନାମାଙ୍କନ ଭରିଛନ୍ତି । ଏହି ସମୟରେ ବିଜୁ ଜନତା ଦଳରେ ଅନେକ ବରିଷ୍ଠ ନେତା ଉପସ୍ଥିତ ରହିଥିଲେ । ସୋମବାର ଦିନ ଉଭୟଙ୍କ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରାର୍ଥୀ ଭାବେ ଘୋଷଣା କରିଥିଲେ । ଦେବାଶିଷ ବିଜେଡିର ଟାଣୁଆ ନେତା ଭାବେ ପରିଚିତ । ସେ ୨୦୦୦ ମସିହାରେ ପ୍ରଥମେ ତିର୍ତ୍ତୋଲରୁ ଜିତିଥିଲେ । ଏହାପରେ ସେ ବାରବାଟୀ-କଟକରୁ ୨ଥର ବିଧାୟକ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ମାତ୍ର ଗତ ନିର୍ବାଚନରେ ସେ ପରାସ୍ତ ହୋଇଥିଲେ। ସେହିଭଳି ଶୁଭାଶିଷ ପୁରୀର ଟାଣୁଆ ଯୁବନେତା ଭାବେ ପରିଚିତ । ସେ ରାଜ୍ୟ ଯୁବ ବିଜେଡି ଉପସଭାପତି ଅଛନ୍ତି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଆଗେଇନେବାରେ ତାଙ୍କର ବଡ଼ ଯୋଗଦାନ ଥିଲା । ତାଙ୍କ ଦକ୍ଷତା ଓ ସକ୍ରିୟତାକୁ ଆଧାର କରି ମୁଖ୍ୟମନ୍ତ୍ରୀ ତାଙ୍କୁ ରାଜ୍ୟସଭା ପଠାଇବାକୁ ନିଷ୍ପତ୍ତି ନେଇଛନ୍ତି ।

Related Articles

Leave a Reply

Your email address will not be published.

Back to top button