ଆସନ୍ତା ୧୮ ଓ ୧୯ରେ ଭୁବନେଶ୍ୱରରେ ଆୟୋଜିତ ହେବ ପ୍ରତିରକ୍ଷା ପେନସନ୍ ଅଭିଯୋଗ ସମାଧାନ ଶିବିର

ଭୁବନେଶ୍ବର: ଆସନ୍ତା ଜାନୁଆରୀ ୧୮ ଏବଂ ୧୯ ତାରିଖରେ ଭୁବନେଶ୍ବର ନୟାପଲ୍ଲୀ ବିଦ୍ୟୁତ ମାର୍ଗ ସ୍ଥିତ ଷ୍ଟେସନ ମୁଖ୍ୟାଳୟ, ସ୍ଥଳସେନା ଷ୍ଟେସନ, ଟିଏ ବାଟାଲିୟନ ଠାରେ ପ୍ରତିରକ୍ଷା ଲେଖା ପ୍ରଧାନ ନିୟନ୍ତ୍ରକ (ବାୟୁ ସେନା), ନୂଆଦିଲ୍ଲୀଙ୍କ ପକ୍ଷରୁ ଦୁଇ ଦିନିଆ ପ୍ରତିରକ୍ଷା ପେନସନ ଅଭିଯୋଗ ସମାଧାନ ଶିବିର ଆୟୋଜନ କରାଯିବ। ପ୍ରତିରକ୍ଷା ସିଭିଲିୟାନଙ୍କ ସମେତ ପ୍ରତିରକ୍ଷା ପେନସନଭୋଗୀଙ୍କର ବିଭିନ୍ନ ସମସ୍ୟା ଏହି ଶିବିରରେ ସମାଧାନ କରାଯିବ । ପ୍ରତିରକ୍ଷା ମନ୍ତ୍ରଣାଳୟ, ତିନି ସେନା ମୁଖ୍ୟାଳୟ, ପ୍ରତିରକ୍ଷା ଲେଖା ବିଭାଗ, ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଓ କୋଷାଗାର ଅଧିକାରୀ, ପେନସନଭୋଗୀ ଓ ସେମାନଙ୍କର ପରିବାରବର୍ଗ ଏହି ଶିବିରରେ ଯୋଗଦେବେ । ୧୮ ତାରିଖ ପୂର୍ବାହ୍ନ ୧୦ଟାରୁ ପେନସନ ଶିବିର ଆରମ୍ଭ ହେବ । ପେନସନ ସଂକ୍ରାନ୍ତ ସମସ୍ୟା ରହିଥିବା ଅବସରପ୍ରାପ୍ତ ପ୍ରତିରକ୍ଷା କର୍ମଚାରୀ, ଅଧିକାରୀ, ପ୍ରତିରକ୍ଷା ସିଭିଲିୟାନ କର୍ମଚାରୀମାନେ ନିମ୍ନୋକ୍ତ ନୋଡାଲ ଅଧିକାରୀଙ୍କୁ ନିର୍ଦ୍ଧାରିତ ଆବେଦନପତ୍ରରେ ଆବେଦନ ପଠାଇପାରିବେ। ନୋଡାଲ ଅଧିକାରୀ ଏବଂ ତାଙ୍କ ଠିକଣା ହେଲା – ଚଣ୍ଡିଚରଣ ଚାଟାର୍ଜୀ (ଏସଏଓ), କାର୍ଯ୍ୟାଳୟ : ଆଇଏଓ (ଏ), ଠିକଣା – ୬୫୪, ସହିଦ ନଗର, ଭୁବନେଶ୍ୱର, ଓଡ଼ିଶା – ୭୫୧୦୦୭, ଫୋନ ନମ୍ବର : ୯୪୩୪୯୩୯୯୫୯, ଇମେଲ୍‌ ଆଇଡି : [email protected] । ଆହୁରି ଅବସରପ୍ରାପ୍ତ କର୍ମଚାରୀମାନେ  ଆବଶ୍ୟକ ଜରୁରି କାଗଜପତ୍ର ସହ ଉପରୋକ୍ତ ଠିକଣାରେ ସକାଳ ସାଢେ ୮ଟା ସୁଦ୍ଧା ଉପସ୍ଥିତ ହେବାକୁ କୁହାଯାଇଛି।

Related Articles

Leave a Reply

Your email address will not be published.

Back to top button